Indus Valley Times

ରାଜ୍ୟରେ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌, ଗତ ୨୪ ଘଣ୍ଟାରେ ୪୨ ଜଣଙ୍କ ଜୀବନ ନେଲା କରୋନା

 Breaking News

ରାଜ୍ୟରେ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌, ଗତ ୨୪ ଘଣ୍ଟାରେ ୪୨ ଜଣଙ୍କ ଜୀବନ ନେଲା କରୋନା

ରାଜ୍ୟରେ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌, ଗତ ୨୪ ଘଣ୍ଟାରେ ୪୨ ଜଣଙ୍କ ଜୀବନ ନେଲା କରୋନା
July 04
09:32 2021

ଭୁବନେଶ୍ୱର ୩/୭ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୨୮୭୦ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୧୯୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ ରହିଥିବା ବେଳେ ବରଗଡ଼ ୫ଜଣ ରହିଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରୁ ୪ଜଣ, ଅନୁଗୁଳ, ଗଞ୍ଜାମ, ଝାରସୁଗୁଡ଼ା,ସମ୍ବଲପୁର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଢେଙ୍କାନାଳ, ଜଗତସିଂହପୁର, ଯାଜପୁର, କଳାହାଣ୍ଡି, ନୟାଗଡ଼, ପୁରୀ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । କେନ୍ଦୁଝର ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୨୧୮୯୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୦୨୨୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୮୮୭୪୨୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୧୯୬ରେ ପହଞ୍ଚିଥିବା ବେଳେ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । ଏବେ ସୁଦ୍ଧା ରାଜ୍ୟରେ ୧୪୦୫୦୭୭୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031