Indus Valley Times

ରାଜ୍ୟରେ ହ୍ରାସ ପାଉଛି କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା: ଆଉ ୨୬୧୭ ଜଣ କରୋନା ପଜିଟିଭ୍ ଚିହ୍ନଟ

 Breaking News

ରାଜ୍ୟରେ ହ୍ରାସ ପାଉଛି କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା: ଆଉ ୨୬୧୭ ଜଣ କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟରେ ହ୍ରାସ ପାଉଛି କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା: ଆଉ ୨୬୧୭ ଜଣ କରୋନା ପଜିଟିଭ୍ ଚିହ୍ନଟ
October 05
12:02 2020

ଭୁବନେଶ୍ବର, ୫।୧୦: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଥିବା ଦେଖିବାକୁ ମିିଳୁଛି । ସରକାର ଦେଉଥିବା ତଥ୍ୟ ଅନୁଶାରେ ଓଡ଼ିଶାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଗତ କିଛି ଦିନ ହେବ ଲଗାତାର କମୁଥିବା ଦେଖିବାକୁ ମିଳୁଛି । ସୋମବାର ଦିନ ଆଉ ୨୬୧୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୩୫୩୩୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୨୧ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୦୯୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୧୫ଜଣ , ବାଲେଶ୍ୱର ଜିଲ୍ଲାରୁ ୭୯ଜଣ, ବରଗଡ଼ ଜିଲ୍ଲାରୁ ୧୪୮, ଭଦ୍ରକ ଜିଲ୍ଲାରୁ ୪୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୦୯ଜଣ, ବୌଦ୍ଧ ଜିଲ୍ଲାରୁ ୧୮ଜଣ, କଟକ ଜିଲ୍ଲାରୁ ୧୩୬ଜଣ, ଦେଓଗଡ଼ ଜିଲ୍ଲାରୁ ୧୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୭୪ଜଣ, ଗଜପତି ଜିଲ୍ଲାରୁ ୭ଜଣ, ଗଞ୍ଜାମ ଜିଲ୍ଲାର ୪୩ଜଣ, ଜଗତସିଂହପୁର ଜିଲ୍ଲାରୁ ୪୫ଜଣ, ଯାଜପୁର ଜିଲ୍ଲାରୁ ୧୧୨ଜଣ, କଳାହାଣ୍ଡି ଜିଲ୍ଲାରୁ ୪୪ଜଣ, କନ୍ଧମାଳ ଜିଲ୍ଲାରୁ ୩୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୩୨ଜଣ, କେନ୍ଦୁଝର ଜିଲ୍ଲାରୁ ୧୦୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୦୬ଜଣ, କୋରାପୁଟ ଜିଲ୍ଲାରୁ ୪୩ଜଣ, ମାଲକାନଗିରି ଜିଲ୍ଲାରୁ ୬୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୦୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୫୯ଜଣ, ନୟାଗଡ଼ ଜିଲ୍ଲାରୁ ୩୮ଜଣ, ନୂଆପଡ଼ା ଜିଲ୍ଲାରୁ ୫୮ଜଣ, ପୁରୀ ଜିଲ୍ଲାରୁ ୭୯ଜଣ, ରାୟଗଡ଼ା ଜିଲ୍ଲାରୁ ୨୬ଜଣ, ସମ୍ବଲପୁର ଜିଲ୍ଲାରୁ ୧୦୬ଜଣ, ସୋନପୁର ଜିଲ୍ଲାରୁ ୨୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯୧ଜଣ, ଷ୍ଟେଟ ପୁଲ୍ରୁ ୧୦୬ଜଣ ରହିଛନ୍ତି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031