Indus Valley Times

ରାଜ୍ୟରେ ୧୨୧୯ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ, ୧୬ ମୃତ

 Breaking News

ରାଜ୍ୟରେ ୧୨୧୯ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ, ୧୬ ମୃତ

ରାଜ୍ୟରେ ୧୨୧୯ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ, ୧୬ ମୃତ
November 09
11:55 2020

ଭୁବନେଶ୍ବର,୯/୧୧: ରାଜ୍ୟରେ ହ୍ରାସ ପାଉଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ସୋମବାର ଦିନ ୧୨୧୯ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୦୮ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ବାକି ୫୧୧ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଫଳରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୨ ହଜାର ୭୯୩ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ସୁସ୍ଥ ହୋଇ ସାରିଲେଣି ୨ ଲକ୍ଷ ୮୮ ହଜାର ୧୬୮ ଜଣ। ଏବେ ସକ୍ରିୟ ଅଛନ୍ତି ୧୩ ହଜାର ୧୩୧ ଜଣ।
ଅନୁଗୁଳରୁ ୭୮ ଜଣ କରେନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୧୦୭ ଜଣ, ବରଗଡ଼ରୁ ୩୯ ଜଣ, ଭଦ୍ରକରୁ ୨୨ ଜଣ, ବଲାଙ୍ଗୀରରୁ ୪୬ ଜଣ, ବୌଦ୍ଧରୁ ୫ ଜଣ, କଟକରୁ ୧୦୬ ଜଣ, ଦେବଗଡ଼ରୁ ୯ ଜଣ, ଢେଙ୍କାନାଳରୁ ୩୦ ଜଣ, ଗଜପତିରୁ ୯ ଜଣ, ଗଞ୍ଜାମରୁ ୧୫ ଜଣ, ଗଜତ୍ସିଂହପୁରରୁ ୫୩ ଜଣ, ଯାଜପୁରରୁ ୩୨ ଜଣ, ଝାରସୁଗୁଡ଼ାରୁ ୩୬ ଜଣ, କଳାହାଣ୍ଡିରୁ ୩୮ ଜଣ, କନ୍ଧମାଳରୁ ୧୦ ଜଣ, କେନ୍ଦ୍ରାପଡ଼ାରୁ ୫୦ ଜଣ, କେନ୍ଦୁଝରରୁ ୪୦ ଜଣ, ଖୋର୍ଦ୍ଧାରୁ ୯୨ ଜଣ, କୋରାପୁଟରୁ ୨୮ ଜଣ, ମାଲକାନଗରିରୁ ୫ ଜଣ, ମୟୂରଭଞ୍ଜରୁ ୮୩ ଜଣ, ନବରଙ୍ଗପୁରରୁ ୧୩ ଜଣ, ନୟାଗଡ଼ରୁ ୨୩ ଜଣ, ନୂଆପଡ଼ାରୁ ୩୧ ଜଣ, ପୁରୀରୁ ୩୪ ଜଣ, ରାୟଗଡ଼ାରୁ ୭ ଜଣ, ସମ୍ବଲପୁରରୁ ୩୨ ଜଣ, ସୋନପୁରରୁ ୨୦ ଜଣ, ସୁନ୍ଦରଗଡ଼ରୁ ୧୦୭ ଜଣ ଓ ଷ୍ଟେଟ୍ ପୁଲ୍ରୁ ୧୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031