Indus Valley Times

ରାଜ୍ୟରେ ୧୬୯୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

 Breaking News

ରାଜ୍ୟରେ ୧୬୯୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

October 24
17:55 2020

ଭୁବନେଶ୍ୱର, ୨୪/୧୦: ରାଜ୍ୟରେ କରୋନା ସଂକ୍ରମଣ ପୁଣି ଖସିଛି । ପାର୍ବଣ ଭିଡ଼ ସତ୍ତ୍ୱେ ସଂକ୍ରମିତ ସଂଖ୍ୟା କମିବା ବଡ଼ ଆଶ୍ୱସ୍ତି ଦେଇଛି। ଯାହାର ଫଳ ସ୍ୱରୂପ ଏବେ ଚିକିତ୍ସାଧୀନ ଥିବା ରୋଗୀଙ୍କ ସଂଖ୍ୟାରେ ବଡ ଧରଣର ହ୍ରାସ ଘଟିଛି । ୨୪ ଘଣ୍ଟା ରାଜ୍ୟରେ ୩୦ଟି ଜିଲ୍ଲାରୁ ୧୬୯୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୯୮୬ ଜଣ କ୍ୱାରେଣ୍ଟାଇନ୍ରେ ଥିବା ବେଳେ ୭୦୯ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୭୯ ହଜାର ୫୮୨ କୁ ବୃଦ୍ଧି କରିଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031