Indus Valley Times

ରାଜ୍ୟରେ ୨୩୪ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ, ୩ମୃତ

 Breaking News

ରାଜ୍ୟରେ ୨୩୪ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ, ୩ମୃତ

December 28
13:35 2020

ଭୁବନେଶ୍ବର ୨୮।୧୨: ରାଜ୍ୟରେ କମୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ସୋମବାର ଦିନ ରାଜ୍ୟରେ ଆଉ ୨୩୪ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲା ବେଳେ ୩ କରୋନାରେ ପ୍ରାଣ ହରାଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨୮୭୩୮କୁ ବୃଦ୍ଧି ପାଇଥିଲା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୮୬୪କୁ ବୃଦ୍ଧି ପାଇଛି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୬ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୯୮ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩୬ଜଣ, ବାଲେଶ୍ୱର ଜିଲ୍ଲାରୁ ୧୦ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୦ଜଣ, ଭଦ୍ରକ ଜିଲ୍ଲାରୁ ୧୨ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୧୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୫ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୫ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୭ଜଣ, ନୟାଗଡ଼ ଜିଲ୍ଲାରୁ ୫ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୨୮ଜଣ, ଷ୍ଟେଟ୍ ପୁଲ୍ରୁ ୬ଜଣ ରହିଛନ୍ତି ।
ସେହିପରି ୩ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, ରାୟଗଡା ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031