Indus Valley Times

ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୬୨୩ ଜଣ କରୋନା ପଜିଟିଭ ଚିହ୍ନଟ, ୧୮ ବର୍ଷରୁ କମ୍ ବୟସ୍କ ୯୫ ଜଣ ଶିଶୁ

 Breaking News

ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୬୨୩ ଜଣ କରୋନା ପଜିଟିଭ ଚିହ୍ନଟ, ୧୮ ବର୍ଷରୁ କମ୍ ବୟସ୍କ ୯୫ ଜଣ ଶିଶୁ

ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୬୨୩ ଜଣ କରୋନା ପଜିଟିଭ ଚିହ୍ନଟ, ୧୮ ବର୍ଷରୁ କମ୍ ବୟସ୍କ ୯୫ ଜଣ ଶିଶୁ
September 19
10:13 2021

ଭୁବନେଶ୍ବର, ୧୯/୯ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୨୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୬୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୬୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୯୫ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ରବିବାରଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୭୨ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧୩ ଜଣ, ବାଲେଶ୍ୱରରୁ ୨୮ ଜଣ, ବରଗଡ଼ରୁ ୩ ଜଣ, ଭଦ୍ରକରୁ ୧୩ ଜଣ, କଟକରୁ ୭୪ ଜଣ, ଦେବଗଡ଼ରୁ ୨ ଜଣ, ଢେଙ୍କାନାଳରୁ ୭ ଜଣ, ଗଜପତିରୁ ୧ ଜଣ, ଗଞ୍ଜାମରୁ ୧୨ ଜଣ, ଜଗତସିଂହପୁରରୁ ୨୯ ଜଣ, ଯାଜପୁରରୁ ୨୮ ଜଣ, ଝାରସୁଗୁଡ଼ାରୁ ୬ ଜଣ, କଳାହାଣ୍ଡିରୁ ୧ ଜଣ, କନ୍ଧମାଳରୁ ୧ ଜଣ ଓ କେନ୍ଦ୍ରାପଡ଼ାରୁ ୧୦ ଜଣଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
କେଉଁଝରରୁ ୩ ଜଣ, ଖୋର୍ଦ୍ଧାରୁ ୨୭୨ ଜଣ, କୋରାପୁଟରୁ ୪ ଜଣ, ମୟୁରଭଞ୍ଜରୁ ୧୮ ଜଣ, ନବରଙ୍ଗପୁରରୁ ୧ ଜଣ, ନୟାଗଡ଼ରୁ ୪ ଜଣ, ପୁରୀରୁ ୭ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୧୫ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୬ ଜଣ ଓ ଷ୍ଟେଟ ପୁଲରୁ ୬୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୨୦, ୨୪୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦,୦୬,୩୨୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୭୩୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031