Legatus

ରାଜ୍ୟସଭାକୁ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହଲେ ସୁଜିତ୍ କୁମାର, ବିଧାନସଭାରେ ରିଟର୍ଣ୍ଣିଂ ଅଫିସରଙ୍କ ଠାରୁ ଗ୍ରହଣ କଲେ ସାର୍ଟିଫିକେଟ୍

 Breaking News

ରାଜ୍ୟସଭାକୁ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହଲେ ସୁଜିତ୍ କୁମାର, ବିଧାନସଭାରେ ରିଟର୍ଣ୍ଣିଂ ଅଫିସରଙ୍କ ଠାରୁ ଗ୍ରହଣ କଲେ ସାର୍ଟିଫିକେଟ୍

December 13
20:28 2024

ଭୁବନେଶ୍ୱର,୧୩/୧୨ : ରାଜ୍ୟସଭା ଉପନିର୍ବାଚନରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ସୁଜିତ୍ କୁମାର। ସୁଜିତ କୁମାର ଏକମାତ୍ର ପ୍ରାର୍ଥୀ ଭାବେ ବିଜେପିରୁ ନାମାଙ୍କନ ଦାଖଲ କରିଥିଲେ।
ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ପରେ ସୁଜିତ୍ ସଂସଦରେ କଳାହାଣ୍ଡି ତଥା ଓଡ଼ିଶା ପ୍ରସଙ୍ଗ ଉଠାଇବେ ବୋଲି କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ ବିଜେଡିରୁ ନେତା ମୁହଁ ଫେରାଇବା ଆରମ୍ଭ କଲେଣି। କଳାହାଣ୍ଡିର ୮୦% ପଞ୍ଚାୟତ ପ୍ରତିନିଧି ବିଜେପିରେ ମିଶି ସାରିଲେଣି। ଆଗାମୀ ଦିନରେ ଅନେକ ନେତା ବିଜେପିରେ ମିଶିବେ।
ଗତ ସେପ୍ଟେମ୍ବର ମାସରେ ସୁଜିତ କୁମାର ରାଜ୍ୟସଭାରୁ ଇସ୍ତଫା ଦେବା ପରେ ଏହି ଆସନଟି ଖାଲି ପଡ଼ିଥିଲା। ସେ ରାଜ୍ୟସଭା ପଦ ସହିତ ବିଜେଡିରୁ ମଧ୍ୟ ଇସ୍ତଫା ଦେଇଥିଲେ। ପରେ ବିଜେପିରେ ମିଶିଥିଲେ।
ଖାଲି ଥିବା ଏହି ଗୋଟିଏ ରାଜ୍ୟସଭା ପଦବୀ ପାଇଁ ଉପନିର୍ବାଚନ ହେବାକୁ ଯାଉଥିବା ବେଳେ ବିଜେପି ସୁଜିତ କୁମାରଙ୍କୁ ପ୍ରାର୍ଥୀ କରିଛି। ଗତକାଲି ସେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିର ନାମାଙ୍କନ ପତ୍ର ଦାଖଲ କରିଥିଲେ। ସେ ଏକୁଟିଆ ନାମାନଙ୍କନ ପତ୍ର ଭରିଥିବାରୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ଏକ ପ୍ରକାର ନିଶ୍ଚିତ। ସେ ୨୦୨୬ ଏପ୍ରିଲ ପର‌୍ୟ୍ୟନ୍ତ ଏହି ପଦରେ ରହିବେ।
ଏହା ପୂର୍ବରୁ ମମତା ମହନ୍ତ ବିଜେଡି ଛାଡ଼ି ବିଜେପିରେ ମିଶିବା ପରେ ଦଳ ତାଙ୍କୁ ରାଜ୍ୟସଭା ପଠାଇଥିଲା। ସୂଚନାଯୋଗ୍ୟ, ଓଡ଼ିଶା ସମେତ ୪ ରାଜ୍ୟରେ ଖାଲି ପଡ଼ିଥିବା ୬ଟି ଆସନରେ ଉପନିର୍ବାଚନ କରିବା ପାଇଁ ଏବେ ଚାଲିଛି ପ୍ରକ୍ରିୟା।

About Author

indadmin

indadmin

Related Articles

Archives

Calendar

April 2025
M T W T F S S
 123456
78910111213
14151617181920
21222324252627
282930