Indus Valley Times

ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କଲେ ବିଜେପି ନେତା ଜଗନ୍ନାଥ ପ୍ରଧାନ

 Breaking News

ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କଲେ ବିଜେପି ନେତା ଜଗନ୍ନାଥ ପ୍ରଧାନ

August 21
17:31 2024

ଭୁବନେଶ୍ୱର,୨୧/୮: ରାଜ୍ୟ ସଭା ପାଇଁ ସ୍ୱାଧୀନ ପ୍ରାର୍ଥୀଭାବେ ନାମାଙ୍କନ ଦାଖଲ କରିଛନ୍ତି ଜଗନ୍ନାଥ ପ୍ରଧାନ। ଗତକାଲି ମମତା ମହାନ୍ତଙ୍କ ନାଁ ଭାଜପା ଘୋଷଣା କରିବା ପରେ ବୁଧବାର ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ, ପ୍ରଭାରୀ ବିଜୟ ସିଂ ତୋମରଙ୍କ ସମେତ ଅନ୍ୟ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ନାମାଙ୍କନ ଦାଖଲ କରିଥିଲେ।
ମମତାଙ୍କ ନାମାଙ୍କନ ଦାଖଲ କରିବାର କିଛି ସମୟ ପରେ ଜଗନ୍ନାଥ ଦ୍ୱିତୀୟ ପ୍ରାର୍ଥୀ ଭାବେ ନାମାଙ୍କନ କରି ସମସ୍ତଙ୍କୁ ଚମକାଇ ଦେଇଛନ୍ତି।
ଗତ ସାଧାରଣ ନିର୍ବାଚନରେ ଜଗନ୍ନାଥ ଭୁବନେଶ୍ୱର ମଧ୍ୟ ଆସନରୁ ଭାଜପାର ପ୍ରାର୍ଥୀ ଥିଲେ। ତେବେ ମାତ୍ର ୩୭ ଖଣ୍ଡ ଭୋଟରେ ପରାସ୍ତ ହୋଇଥିଲେ।
ତେବେ ରାଜ୍ୟରେ ଭାଜପାର ବିଧାୟକ ସଂଖ୍ୟାକୁ ଦୃଷ୍ଟି ଦେଲେ ପାଖରେ ଆବଶ୍ୟକ ସଦସ୍ୟ ରହିଥିବାରୁ ମମତା ମହାନ୍ତ ରାଜ୍ୟସଭାକୁ ଯିବା ଏକପ୍ରକାର ନିଶ୍ଚିତ।
କିନ୍ତୁ ଆବଶ୍ୟକତା ପଡ଼ିଲେ ସେପ୍ଟେମ୍ବର ୩ରେ ରାଜ୍ୟସଭା ଉପନିର୍ବାଚନ ହୋଇପାରେ। ଏହିଦିନ ସନ୍ଧ୍ୟା ୫ଟାରେ ଭୋଟ ଗଣତି କରାଯାଇ ନିର୍ବାଚନ ଫଳାଫଳ ଘୋଷଣା କରାଯିବ।
ସୂଚନାଯୋଗ୍ୟ ଯେ, ମମତା ମହାନ୍ତଙ୍କୁ ୨୦୨୦ ମସିହାରେ ବିଜେଡି ରାଜ୍ୟସଭା ପଠାଇଥିଲା। ଗତ ଜୁଲାଇ ୩୧ ତାରିଖରେ ସେ ରାଜ୍ୟସଭା ଏବଂ ବିଜେଡିରୁ ଇସ୍ତଫା ଦେଇଥିଲେ। ବିଜେଡିରୁ ଇସ୍ତଫା ବେଳେ ସେ ଅସନ୍ତୋଷ ଥିଲେ। ତାଙ୍କୁ ଦଳରେ ଅଣଦେଖା କରାଯାଇଥିବା ସେ ଅଭିଯୋଗ କରିଥିଲେ। ଏହାର ଗୋଟିଏ ଦିନ ପରେ ସେ ଭାଜପାରେ ଯୋଗ ଦେଇଥିଲେ। ଅନ୍ୟପକ୍ଷେ ଭାଜପାର ରାଜ୍ୟ ସଭା ପ୍ରାର୍ଥୀ ରେସ୍‌ରେ ମମତା ହିଁ ଆଗରେ ଥିଲେ।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930