Legatus

ରାଜ୍ୟ କ୍ୟାବିନେଟ ବୈଠକରେ ୧୮ଟି ପ୍ରସ୍ତାବ ଅନୁମୋଦିତ

 Breaking News

ରାଜ୍ୟ କ୍ୟାବିନେଟ ବୈଠକରେ ୧୮ଟି ପ୍ରସ୍ତାବ ଅନୁମୋଦିତ

ରାଜ୍ୟ କ୍ୟାବିନେଟ ବୈଠକରେ ୧୮ଟି ପ୍ରସ୍ତାବ ଅନୁମୋଦିତ
May 29
16:24 2023

ଭୁବନେଶ୍ୱର,୨୯/୫(ବ୍ୟୁରୋ): ସୋମବାର ଲୋକସେବା ଭବନରେ ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ୧୮ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ‘ମୋ ଘର’ ଯୋଜନାକୁ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି।
ଯୋଜନାରେ ଗ୍ରାମୀଣ ଲୋକଙ୍କୁ ଘର ତିଆରି ପାଇଁ ସରକାର ସହାୟତା ଯୋଗାଇ ଦେବେ। ଯେଉଁମାନେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ପାଇନାହାନ୍ତି, ସେମାନଙ୍କୁ ରାଜ୍ୟ ସରକାର ଏହି ‘ମୋ ଘର’ ଯୋଜନାରେ ଘର ଯୋଗାଇଦେବେ। ସେହିପରି ଜଳସମ୍ପଦ, ସାଧାରଣ ପ୍ରଶାସନ, ପଞ୍ଚାୟତିରାଜ ଏବଂ ଅର୍ଥ ବିଭାଗର ପ୍ରସ୍ତାବକୁ ଅନୁମୋଦନ ମିଳିଛି।
ବିଜେଡି ୫ମ ପାଳି ସରକାରକୁ ୪ ବର୍ଷ ପୂରଣ ହୋଇଛି। ୨୦୧୯ ମେ’ ୨୯ରେ ଲଗାତର ପଞ୍ଚମ ଥର ପାଇଁ ନବୀନ ପଟ୍ଟନାୟକ ସରକାର ଗଠନ କରିଥିଲେ। ସରକାର ଗଠନର ପ୍ରଥମ ଦିନରେ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହୋଇଥିଲା। ନିର୍ବାଚନୀ ଇସ୍ତାହାରରେ ଦିଆଯାଇଥିବା ପ୍ରତିଶ୍ରୁତି ପୂରଣ କରିବା ଲାଗି କ୍ୟାବିନେଟ୍ ନିଷ୍ପତ୍ତି ହୋଇଥିଲା।

About Author

indadmin

indadmin

Related Articles

Archives

Calendar

March 2025
M T W T F S S
 12
3456789
10111213141516
17181920212223
24252627282930
31