Indus Valley Times

ରାଜ୍ୟ ଗତ ୨୪ ଘଣ୍ଟାରେ ବାହାରିଲେ ୨୧୮୨ କରୋନା ପଜିଟିଭ ଚିହ୍ନଟ : ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୯୫୨୧୧୧

 Breaking News

ରାଜ୍ୟ ଗତ ୨୪ ଘଣ୍ଟାରେ ବାହାରିଲେ ୨୧୮୨ କରୋନା ପଜିଟିଭ ଚିହ୍ନଟ : ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୯୫୨୧୧୧

July 17
09:00 2021

ଭୁବନେଶ୍ୱର, ୧୭/୭ : ରାଜ୍ୟରେ ୨ ହଜାର ତଳକୁ ଖସୁନି କରୋନା ସଂକ୍ରମିତ । ଗତ ୨୪ ଘଣ୍ଟା ମଧ୍ୟରେ ୨୧୮୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୫୨୧୧୧ରେ ପହଞ୍ଚିଛି । ତେବେ ଶନିବାର ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୫୮ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୯୨୪ ଜଣ ଲୋକାଲ୍ କେସ୍ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮୯ଜଣ, ବାଲେଶ୍ୱର ଜିଲ୍ଲାରୁ ୧୬୧ଜଣ, ବରଗଡ଼ ଜିଲ୍ଲାରୁ ୧୫ଜଣ, ଭଦ୍ରକ ଜିଲ୍ଲାରୁ ୭୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, ବୌଦ୍ଧ ଜିଲ୍ଲାରୁ ୬ଜଣ, କଟକ ଜିଲ୍ଲାରୁ ୩୦୮ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୭୦ଜଣ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୮୭ଜଣ, ଯାଜପୁର ଜିଲ୍ଲାରୁ ୧୭୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୯ଜଣ, କଳାହାଣ୍ଡି ଜିଲ୍ଲାରୁ ୧୩ଜଣ, କନ୍ଧମାଳ ଜିଲ୍ଲାରୁ ୧୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୫ଜଣ, କେନ୍ଦୁଝର ଜିଲ୍ଲାରୁ ୪୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୧୦ଜଣ, କୋରାପୁଟ ଜିଲ୍ଲାରୁ ୨୮ଜଣ, ମାଲକାନାଗିରି ଜିଲ୍ଲାରୁ ୨୫, ମୟୁରଭଞ୍ଜ ଜିଲ୍ଲାରୁ ୯୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୬ଜଣ, ନୟାଗଡ଼ ଜିଲ୍ଲାରୁ ୭୫ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୯୪ଜଣ, ରାୟଗଡ଼ା ଜିଲ୍ଲାରୁ ୨୨ଜଣ, ସମ୍ବଲପୁର ଜିଲ୍ଲାରୁ ୨୪ଜଣ, ସୋନପୁର ଜିଲ୍ଲାରୁ ୧୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୪ଜଣ, ଷ୍ଟେଟ ପୁଲ୍ରୁ ୯୩ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୫୨୧୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୧୫୪୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୨୫୫୨୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୪୯୮୮୫୩୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

About Author

indadmin

indadmin

Related Articles

Archives

Calendar

June 2024
M T W T F S S
 12
3456789
10111213141516
17181920212223
24252627282930