Indus Valley Times

ରୁଦ୍ରପ୍ରତାପଙ୍କ ପାଇଁ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ

 Breaking News

ରୁଦ୍ରପ୍ରତାପଙ୍କ ପାଇଁ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ

April 12
19:21 2021

ଭୁବନେଶ୍ଵର, ୧୨/୪ : ପିପିଲି ଉପନିର୍ବାଚନରେ ଦଳୀୟ ପ୍ରାର୍ଥୀ ରୁଦ୍ରପ୍ରତାପ ମହାରଥୀଙ୍କ ପାଇଁ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୬ଟି ଜିଲା ପରିଷଦ ଜୋନ୍ ଅଞ୍ଚଳରେ ଭର୍ଚୁଆଲ୍ ମାଧ୍ୟମରେ ପ୍ରଚାର କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ଆଜି ପିପିଲି ଯାଇ ଆପଣମାନଙ୍କୁ ଭେଟିଥିଲେ ବହୁତ ଖୁସି ହୋଇଥାନ୍ତି। ମୋ ପ୍ରତି ଭଲପାଇବା ଯୋଗୁ ଆପଣମାନେ ବହୁ ସଂଖ୍ୟାରେ ଆସିଥାନ୍ତେ। କିନ୍ତୁ କରୋନା କାଳରେ ଏହା ଭଲ ହେବ ନାହିଁ ବୋଲି ମୁଁ ଭାବିଲି। ଏଥିପାଇଁ ଭିଡିଓ କନ୍ଫରେନ୍ସିଂରେ ଆପଣମାନଙ୍କୁ ଭେଟୁଛି। କୋଭିଡ୍ ପରେ ଭେଟିବାକୁ ଯିବି। ପିପିଲି ଓ ଡେଲାଙ୍ଗର ବିକାଶ କଥା ମୁଁ ବୁଝିବି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରକାଶ କରିଛନ୍ତି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ବିକାଶ ଆଜି ଓଡ଼ିଶାର ନୂଆ ପରିଚୟ ହୋଇଛି। ପିପିଲି-ଡେଲାଙ୍ଗର ବିକାଶ ଆଗକୁ ଆହୁରି ଆଗେଇବ। ପିପିଲି-ଡେଲାଙ୍ଗରେ ଅନେକ ବିକାଶ ହୋଇଛି, ଆଗକୁ ମଧ୍ୟ ଏହି ପ୍ରକ୍ରିୟା ତ୍ବରିତ ହେବ। ଏଥିପାଇଁ ସ୍ବର୍ଗତ ମହାରଥିଙ୍କ ଅବଦାନ ଅତୁଳନୀୟ । ପୁନର୍ବାର ଏହି କାର‌୍ୟ୍ୟକୁ ଆଗେଇ ନେବା ପାଇଁ ବିଜେଡ଼ି ସମର୍ଥିତ ପ୍ରାର୍ଥୀ ରୁଦ୍ର ମହାରଥିଙ୍କୁ ବୋଟ ଦେବା ପାଇଁ ନବୀନ ପଟ୍ଟନାୟକ ନିବେଦନ କରିଛନ୍ତି।
ପିପିଲି ଉପନିର୍ବାଚନରେ ଦଳୀୟ ପ୍ରାର୍ଥୀଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦେଇ ବିଜୟୀ କରାଇବା ପାଇଁ ଆଜି ଶଙ୍ଖ ଫୁଙ୍କିଲେ ବିଜେଡ଼ି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭର୍ଚୁଆଲ ଯୋଗେ ନିର୍ବାଚନ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି ତାରକା ପ୍ରଚାରକ ନବୀନ ପଟ୍ଟନାୟକ। ପିପିଲି ଉପନିର୍ବାଚନର ବିଜେଡ଼ି ପ୍ରାର୍ଥୀ ରୁଦ୍ରପ୍ରତାପ ମହାରଥିଙ୍କ ପାଇଁ ଉପସ୍ଥିତ ଭୋଟରଙ୍କୁ ଭୋଟ ଦେବାକୁ ଆହ୍ୱାନ ଦେଇଛନ୍ତି ନବୀନ ପଟ୍ଟନାୟକ। ପିପିଲି ନିର୍ବାଚନ ମଣ୍ଡଳୀର ୬ଟି ଜିଲ୍ଲା ପରିଷଦ ଜୋନବାସୀଙ୍କୁ ସମ୍ବୋଧନ କରି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କହିଛନ୍ତି ଯେ ଏହି ପବିତ୍ର ଐତିହ୍ୟ ସମ୍ପୂର୍ଣ୍ଣ ମାଟିକୁ ମୋର ପ୍ରଣାମ । ପିପିଲିର ସମସ୍ତ ଭାଇ-ଭଉଣୀଙ୍କୁ ନମସ୍କାର ଜଣାଇବା ସହ ପିପିଲି ଚାନ୍ଦୁଆକୁ ନେଇ ଗର୍ବିତ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।
-ସମାଜ

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031