Indus Valley Times

ରେଲୱେ ଟ୍ରାକରେ ପଡିଛି ଯବାନଙ୍କ ମୃତଦେହ, ଆତ୍ମହତ୍ୟା ସନ୍ଦେହ

 Breaking News

ରେଲୱେ ଟ୍ରାକରେ ପଡିଛି ଯବାନଙ୍କ ମୃତଦେହ, ଆତ୍ମହତ୍ୟା ସନ୍ଦେହ

ରେଲୱେ ଟ୍ରାକରେ ପଡିଛି ଯବାନଙ୍କ ମୃତଦେହ, ଆତ୍ମହତ୍ୟା ସନ୍ଦେହ
June 11
11:34 2024

କୋରାପୁଟ, ୧୧/୬: ରେଲୱେ ଟ୍ରାକରୁ ମୁଣ୍ଡଗଣ୍ଡି ଅଲଗା ଅବସ୍ଥାରେ ଯବାନଙ୍କ ମୃତଦେହ ଉଦ୍ଧାର କରାଯାଇଛି। କୋରାପୁଟ ଜିଲ୍ଲା ଲାଣ୍ଡିଗୁଡା ନୂଆ କଲୋନୀ ନିକଟ ରେଲୱେ ଟ୍ରାକରୁ ମୃତଦେହ ଉଦ୍ଧାର କରାଯାଇଛି।
ଗତକାଲି ସକାଳେ ଯବାନ ଜଣଙ୍କ ଡ୍ୟୁଟିକୁ ଯାଇଥିଲେ। ହେଲେ ଆଉ ଘରକୁ ଫେରି ନଥିଲେ। ଘରକୁ ଫେରିବା ବିଳମ୍ବ ହେବାରୁ ଯବାନଙ୍କ ପତ୍ନୀ ଥାନାରେ ଅଭିଯୋଗ କରିଥିଲେ। ପୁଲିସ ଖୋଜାଖୋଜା କରିଥିଲେ ହେଲେ ପାଇ ନଥିଲେ। ଆଜି ସକାଳେ ଯବାନଙ୍କ ମୃତଦେହ ରେଲୱେ ଟ୍ରାକରେ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ପୁଲିସକୁ ଖବର ଦେଇଥିଲେ। ପୁଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରିଛି।
ଯବାନଙ୍କୁ ହତ୍ୟା କରାଯାଇଛି ନା ସେ ଆତ୍ମହତ୍ୟା କରିଛନ୍ତି ତାହା ଜଣାପଡ଼ିନାହିଁ। ପୁଲିସ ଘଟଣାର ତଦନ୍ତ କରୁଛି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031