Indus Valley Times

ଲଗାଣ ବର୍ଷାରେ ଭୁଶୁଡିଲା ଜାମକୁଣ୍ଡା ସ୍ଲୁଇସ୍ ଗେଟ୍, ଯାତାୟତ ବାଧାପ୍ରାପ୍ତ

 Breaking News

ଲଗାଣ ବର୍ଷାରେ ଭୁଶୁଡିଲା ଜାମକୁଣ୍ଡା ସ୍ଲୁଇସ୍ ଗେଟ୍, ଯାତାୟତ ବାଧାପ୍ରାପ୍ତ

September 17
11:06 2024

ବାଲେଶ୍ୱର,୧୭/୯ : ରାଜ୍ୟରେ ଗତ କିଛି ଦିନ ହେବ ଲାଗି ରହିଥିବା ଲଗାଣ ବର୍ଷା ହେତୁ ବିଭିନ୍ନ ନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ସେହିପରି ସୁବର୍ଣ୍ଣରେଖା ନଦୀର ଜଳସ୍ତର ବୃଦ୍ଧି ପାଉଛି। ଜଳେଶ୍ୱର ବ୍ଲକ ଅନ୍ତର୍ଗତ ରାଜଘାଟ ନିକଟରେ ବିପଦ ସଙ୍କେତ ୧୦.୩୬ ମିଟର ଥିବାବେଳେ ସକାଳ ୬ ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ୧୦. ୨୦ମିଟରରେ ପ୍ରବାହିତ ହେଉଛି।
ଯଦି ଜଳସ୍ତର ଏଭଳି ବୃଦ୍ଧି ପାଏ ତା’ହାଲେ ସୁବର୍ଣ୍ଣରେଖା ନଦୀରେ ବନ୍ୟା ଆସିବା ଆଶଙ୍କା କରାଯାଉଛି। ବାଲିଆପାଳ, ଜଳେଶ୍ୱର ‌ଓ ଭୋଗରାଇ ବ୍ଲକର ଅନେକ ପଞ୍ଚାୟତ ଜଳମଗ୍ନ ହେବା ସହ ଚାଷ ଜମି କ୍ଷତିଗ୍ରସ୍ତ ହେବାର ଆଶଙ୍କା କରାଯାଉଛି।
ସେହିପରି ପ୍ରବଳ ବର୍ଷା ଯୋଗୁ ବାଲେଶ୍ୱର ଜିଲ୍ଲା ବାଲିଆପାଳ ବ୍ଲକ ଅନ୍ତର୍ଗତ ଜାମକୁଣ୍ତା ଷୋଳଶା ପାଣ୍ଠ କୋଷ୍ଟ କେନାଲର ସ୍ଲୁଇସ୍ ଗେଟ୍ ଭାଙ୍ଗିଯାଇଛି। ଫଳରେ ବାଲିଆପାଳ-ଜାମକୁଣ୍ଡାକୁ ଯାତାୟତ ବାଧାପ୍ରାପ୍ତ ହୋଇଛି। ରାସ୍ତାରେ ଆଣ୍ଠୁଏ ଉପରେ ପାଣି ପ୍ରବାହିତ ହେଉଛି।
ସ୍ଲୁଇସ୍ ଗେଟ୍ ଭାଙ୍ଗିଯିବା ଯୋଗୁ ହଜାର ହେକ୍ଟର ଚାଷ ଜମିରେ ପାଣି ମାଡ଼ିଯାଇଛି। ଫଳରେ ଚାଷ ଜମି ନଷ୍ଟ ହେବାର ଆଶଙ୍କା ରହିଛି। ଜଳସେଚନ ବିଭାଗ ପକ୍ଷରୁ ବାଲି ବସ୍ତା ପକାଇ ମରାମତି କରା ଯାଉଥିବା ସୂଚନା ରହିଛି।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031