Indus Valley Times

ଲୋକନାଥଙ୍କ ପୀଠରୁ ଆସିଲା ଆଜ୍ଞାମାଳ, ଆଉ କିଛି ସମୟ ପରେ ଖୋଲିବ ରତ୍ନଭଣ୍ଡାର

 Breaking News

ଲୋକନାଥଙ୍କ ପୀଠରୁ ଆସିଲା ଆଜ୍ଞାମାଳ, ଆଉ କିଛି ସମୟ ପରେ ଖୋଲିବ ରତ୍ନଭଣ୍ଡାର

July 14
11:32 2024

ପୁରୀ, ୧୪/୭ : ରତ୍ନଭଣ୍ଡାର ଖୋଲିବା ପାଇଁ ଶ୍ରୀଲୋକନାଥ ମନ୍ଦିରରୁ ଶ୍ରୀମନ୍ଦିରକୁ ଆସିଲା ଆଜ୍ଞାମାଳ। ରତ୍ନଭଣ୍ଡାରର ରକ୍ଷକ ହେଉଛନ୍ତି ମହାପ୍ରଭୁ ଲୋକନାଥଙ୍କ ପାଖରେ ପୂଜାର୍ଚ୍ଚନା କରାଯିବା ପରେ ସେବାୟତମାନେ ଆଜ୍ଞାମାଳ ଆଣିଛନ୍ତି।
ମହାପ୍ରଭୁ ଲୋକନାଥ ମହାପ୍ରଭୁ, ମହାଲକ୍ଷ୍ମୀ, ବାବା ଲୋକନାଥ ଓ ମା’ ବିମଳା ଆଶୀର୍ବାଦଙ୍କ ନେଇ ୪୬ ବର୍ଷ ପରେ ରତ୍ନଭଣ୍ଡାର ଖୋଲାଯିବ। ରତ୍ନଭଣ୍ଡାର ଖୋଲିବା ସମୟରେ ଭଣ୍ଡାର ମେକାପ, ଦେଉଳକରଣ, ତଢ଼ଉକରଣ, ପ୍ରତିହାରୀ ପ୍ରମୁଖ ଉପସ୍ଥିତ ରହିବେ ବୋଲି ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ମାଧବ ମହାପାତ୍ର କହିଛନ୍ତି। ଠାକୁରଙ୍କ ଖଟଶେଜ ଘରକୁ ଷ୍ଟ୍ରଙ୍ଗରୁମ୍ କରାଯାଇଛି। ଏଠାରେ ରତ୍ନଭଣ୍ଡାରର ଅଳଙ୍କାର ଗଣତି ଓ ମଣତି ପର‌୍ୟ୍ୟନ୍ତ ଗଚ୍ଛିତ ରଖାଯିବ ବୋଲି ଜଣାପଡ଼ିଛି।
ଏଣେ ଜଷ୍ଟିସ ବିଶ୍ବନାଥ ରଥଙ୍କ ଅଧ୍ୟକ୍ଷତାରେ ଚାଲିଛି ଉଚ୍ଚସ୍ତରୀୟ କମିଟିର ବୈଠକ। ଏହାପୂର୍ବରୁ ଜଷ୍ଟିସ ବିଶ୍ବନାଥ ରଥ ସମଗ୍ର ଓଡ଼ିଶାବାସୀଙ୍କ ଆଶୀର୍ବାଦ କାମନା କରିଛନ୍ତି।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031