Legatus

ଶପଥ ନେଲେ ୩ କ୍ୟାବିନେଟ୍ ମନ୍ତ୍ରୀ, ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ

 Breaking News

ଶପଥ ନେଲେ ୩ କ୍ୟାବିନେଟ୍ ମନ୍ତ୍ରୀ, ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ

ଶପଥ ନେଲେ ୩ କ୍ୟାବିନେଟ୍ ମନ୍ତ୍ରୀ, ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ
May 22
10:33 2023

ଭୁବନେଶ୍ବର,୨୨/୫ : ସୋମବାର ରାଜ୍ୟର ତିନି ଜଣ ନୂଆ ମନ୍ତ୍ରୀ ଶପଥ ନେଇଛନ୍ତି । ଲୋକସେବା ଭବନର ସମ୍ମିଳନୀ କକ୍ଷରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ବିକ୍ରମ କେଶରୀ ଆରୁଖ, ସୁଦାମ ମାର୍ଣ୍ଡି ଓ ଶାରଦା ନାୟକଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ଜ୍ଝ ଆଜି ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ତିନିଜଣ ମନ୍ତ୍ରୀ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଜ୍ଝ ଏହି ସମୟରେ ଲୋକସେବା ଭବନର ସମ୍ମିଳନୀ କକ୍ଷରେ ମନ୍ତ୍ରୀ, ବିଧାୟକମାନେ ମଧ୍ୟ ଉପସ୍ଥିତ ଥିଲେ ଜ୍ଝ ଉଲ୍ଲେଖ ଥାଉ କି ଗତ ୧୨ ତାରିଖରେ ବାଚସ୍ପତି ବିକ୍ରମ କେଶରୀ ଆରୁଖ, ଦୁଇ ମନ୍ତ୍ରୀ ସମୀର ଦାଶ ଓ ଶ୍ରୀକାନ୍ତ ସାହୁ ଇସ୍ତଫା ଦେବା ପରେ ନୂଆ ମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଥିଲା। ଆଉ ଗତକାଲି ହିଁ ଏହି ତିନି ଜଣ ବରିଷ୍ଠ ବିଧାୟକ ହିଁ ମନ୍ତ୍ରୀ ହେବେ ବୋଲି ସ୍ପଷ୍ଟ ହୋଇଥିଲା।
ଗଞ୍ଜାମ ଜିଲ୍ଲାର ଭଞ୍ଜନଗରରୁ ଲଗାତର ୬ ଥର ଜିତିଥିବା ବିକ୍ରମ କେଶରୀ ଆରୁଖ ୨୦୦୯ ମସିହାରୁ କ୍ରମାଗତ ଭାବେ ମନ୍ତ୍ରୀ ହୋଇ ଆସୁଥିଲେ। ଗତ ବର୍ଷ ଜୁନ୍ ମାସରେ ମନ୍ତ୍ରିମଣ୍ଡଳର ଅଦଳବଦଳ ବେଳେ ସେ ବାଦ୍ ପଡ଼ିଥିଲେ। ତାଙ୍କୁ ବାଚସ୍ପତି କରାଯାଇଥିଲା। ବାଚସ୍ପତି ପଦବିରେ ଗୋଟିଏ ବର୍ଷ ନ ପୂରୁଣୁ ଗତ ୧୨ ତାରିଖରେ ସେ ଇସ୍ତଫା ଦେଇଥିଲେ। ଗଞ୍ଜାମ ଜିଲ୍ଲାର ରାଜନୈତିକ ଦୃଶ୍ୟପଟ୍ଟରେ ଶ୍ରୀ ଆରୁଖଙ୍କ ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି। ଆସନ୍ତା ବର୍ଷ ସାଧାରଣ ନିର୍ବାଚନ ଥିବାରୁ ଦଳୀୟ ସଂଗଠନକୁ ଅଧିକ ସକ୍ରିୟ କରିବାକୁ ପୁନର୍ବାର ଶ୍ରୀ ଆରୁଖଙ୍କୁ ମନ୍ତ୍ରୀ କରାଯାଇଥିବା କୁହାଯାଉଛି।
ମୟୂରଭଞ୍ଜ ଜିଲ୍ଲା ରାଜନୀତିରେ ସୁଦାମ ମାର୍ଣ୍ଡିଙ୍କ ଦବ୍ଦବା ଜୋର୍ ରହିଛି। ଜେଏମ୍ଏମ୍ରୁ କ୍ୟାରିୟର ଆରମ୍ଭ କରି ଜେଏମ୍ଏମ୍ ପ୍ରାର୍ଥୀ ଭାବେ ଦୁଇ ଥର ବିଧାନସଭା ଓ ଥରେ ଲୋକସଭାକୁ ନିର୍ବାଚିତ ହୋଇଥିଲେ। ପରେ ବିଜେଡିରେ ଯୋଗ ଦେଇ ୨୦୧୪ ଓ ୨୦୧୯ରେ ଦୁଇ ଥର ବିଜେଡି ପ୍ରାର୍ଥୀ ଭାବେ ବାଙ୍ଗିରୀପୋଷିରୁ ନିର୍ବାଚିତ ହୋଇ ଆସୁଛନ୍ତି। ୨୦୧୪ରୁ ୨୦୧୭ ପର‌୍ୟ୍ୟନ୍ତ ସେ ନବୀନଙ୍କ ମନ୍ତ୍ରିମଣ୍ଡଳରେ ରାଷ୍ଟ୍ର ମନ୍ତ୍ରୀ ଥିଲେ। ୨୦୧୯ରେ କ୍ୟାବିନେଟ୍ ମନ୍ତ୍ରୀ ହୋଇ ରାଜସ୍ବ ବିଭାଗ ପାଇଥିଲେ। ଗତ ବର୍ଷ ମନ୍ତ୍ରିମଣ୍ଡଳ ଅଦଳବଦଳ ବେଳେ ସେ ବାଦ୍ ପଡ଼ିଥିଲେ। କିନ୍ତୁ ବର୍ଷକ ପରେ ପୁଣି ଥରେ ଦଳର ସୁପ୍ରିମୋ ତାଙ୍କ ଉପରେ ଆସ୍ଥା ସ୍ଥାପନ କରି ମନ୍ତ୍ରିମଣ୍ଡଳକୁ ଫେରାଇ ଆଣିଛନ୍ତି। ପୂର୍ବରୁ ମୟୂରଭଞ୍ଜ ଜିଲ୍ଲାରୁ ବାସନ୍ତୀ ହେମ୍ବ୍ରମ୍ ମନ୍ତ୍ରୀ ହୋଇଛନ୍ତି। ମୟୂରଭଞ୍ଜର ମୋଟ୍ ୯ଟି ବିଧାନସଭା ଆସନରୁ ବିଜେପି ଦଖଲରେ ୬ଟି ଓ ବିଜେଡି ଦଖଲରେ ୩ଟି ରହିଛି।
ରାଉରକେଲା ବିଧାୟକ ଶାରଦା ନାୟକ ତିନି ଥର ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି। ୨୦୦୯ରୁ ୨୦୧୨ ଯାଏ ସେ ରାଷ୍ଟ୍ର ମନ୍ତ୍ରୀ ଥିଲେ। ସୁନ୍ଦରଗଡ଼ ଜିଲ୍ଲାରେ ମଧ୍ୟ ବିଜେଡି ସଂଗଠନକୁ ଅଧିକ ସକ୍ରିୟ କରିବା ପାଇଁ ବରିଷ୍ଠ ବିଧାୟକ ଶ୍ରୀ ନାୟକଙ୍କ ଉପରେ ମୁଖ୍ୟମନ୍ତ୍ରୀ ଭରସା ସ୍ଥାପନ କରିଛନ୍ତି। ସୁନ୍ଦରଗଡ଼ର ୭ଟି ବିଧାନସଭା ଆସନ ମଧ୍ୟରୁ ବିଜେପିର ୩ଟି, ବିଜେଡିର ୨ଟି ଏବଂ କଂଗ୍ରେସ ଓ ସିପିଆଇ(ଏମ୍) ଦଖଲରେ ଗୋଟିଏ ଲେଖାଏ ଆସନ ରହିଛି।

About Author

indadmin

indadmin

Related Articles

Archives

Calendar

April 2025
M T W T F S S
 123456
78910111213
14151617181920
21222324252627
282930