Indus Valley Times

ଶିକ୍ଷକଙ୍କୁ ସମ୍ମାନିତ

 Breaking News

ଶିକ୍ଷକଙ୍କୁ ସମ୍ମାନିତ

December 04
12:16 2024

ପ୍ରମୋଦ ସାହୁକାରଙ୍କ ରିପୋର୍ଟ
ଚନ୍ଦ୍ରପୁର,୪/୧୨: ଚନ୍ଦ୍ରପୁର ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଚନ୍ଦ୍ରପୁର ଠାରେ ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳନ ହୋଇ ଯାଇଥିଲା ଉକ୍ତ କାର୍ଯ୍ୟକ୍ରମରେ ବ୍ଲକ ର ବିଭିନ୍ନ ବିଦ୍ୟାଳୟର ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା କରାଯାଇଥିଲା ଓ କୃତି ଛାତ୍ର ଛାତ୍ରୀଙ୍କୁ ମାନପତ୍ର ଓ ପୁରସ୍କାର ପ୍ରଦାନ କରାଯାଇଥିଲା।
ଉକ୍ତ ଦିବସରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ଅଭିଭାବକଙ୍କୁ ପ୍ରତି ସମୟରେ ସଚେତନ କରିବା ପାଇଁ ସରକାରୀ ପ୍ରାଥମିକ ବିଦ୍ୟାଳୟ,କାମିପଦରର ପ୍ରଧାନଶିକ୍ଷକ ଶ୍ରୀ ନବୀନ କୁମାର ନନ୍ଦ ସାର୍ ଙ୍କୁ ଉପଢୌକନ ଓ ମାନପତ୍ର ଦେଇ ସମ୍ମାନିତ କରାଯାଇ ଥିଲା ।
ଉକ୍ତ କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷ ଶ୍ରୀ କଇନ କିମ୍ବାକା, ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ଗଣେଶ ଶବର, ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ସିଂଙ୍ଗାନା ତାଡିଙ୍ଗୀ, ଉମାକାନ୍ତ ମିସାଲ, ବାଲାକୃଷ୍ଣ ବିହାର ମଞ୍ଚରେ ଉପସ୍ଥିତ ରହିଥିଲେ।
ଏବଂ ଆଠ ଗୋଟି କ୍ଲଷ୍ଟର ର ସିଆରସିସି ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ଶେଷରେ ସଭାପତି ସମସ୍ତ ଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031