Indus Valley Times

ଶୀତରେ ଥରୁଛି ସାରା ଓଡ଼ିଶା, ୫ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣି ଜାରି

 Breaking News

ଶୀତରେ ଥରୁଛି ସାରା ଓଡ଼ିଶା, ୫ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣି ଜାରି

December 20
20:18 2020

ଭୁବନେଶ୍ୱର,୨୦/୧୨: ଶୀତରେ ଥରୁଛି ସାରା ଓଡ଼ିଶା । ହେଉଛି ଅସମ୍ଭା ଶୀତ । ଆସନ୍ତା ୩ ଦିନ ରାଜ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ଲହରୀ ଜାରି ରହିବ। ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୫ଜିଲ୍ଲାରେ ପ୍ରବଳ ଥଣ୍ଡା ଅନୁଭୂତ ହେବା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରିକରିଛି ।
ଏଥିପାଇଁ ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ ଓ ମୟୂରଭଞ୍ଜ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି କରାଯାଇଛି।
ସେହିପରି ୧୧ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କୋରାପୁଟ, କଳାହାଣ୍ଡି, ନୂଆପଡ଼ା, କନ୍ଧମାଳ, ବୌଦ୍ଧ, ସୋନପୁର, କଟକ, ଢ଼େଙ୍କାନାଳ, କେନ୍ଦୁଝର, ବାଲେଶ୍ବର, ଦେବଗଡ଼ ଆଦି ରହିଛି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031