Indus Valley Times

ଶୋକ ପ୍ରସ୍ତାବ ଆଗତ ପରେ ବିଜେଡିର ନାରାବାଜି, ଅପରାହ୍ଣ ୪ଟା ଯାଏ ଗୃହ ମୁଲତବୀ

 Breaking News

ଶୋକ ପ୍ରସ୍ତାବ ଆଗତ ପରେ ବିଜେଡିର ନାରାବାଜି, ଅପରାହ୍ଣ ୪ଟା ଯାଏ ଗୃହ ମୁଲତବୀ

ଶୋକ ପ୍ରସ୍ତାବ ଆଗତ ପରେ ବିଜେଡିର ନାରାବାଜି, ଅପରାହ୍ଣ ୪ଟା ଯାଏ ଗୃହ ମୁଲତବୀ
September 20
11:29 2025

ଓଡ଼଼ିଶା, ୨୦/୯ : ଆଜି ସପ୍ତଦଶ ବିଧାନସଭାର ଚତୁର୍ଥ ଅଧିବେଶନର ତୃତୀୟ ଦିନ। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିବଙ୍ଗ‌ତ ନେତା ବୀରମିତ୍ରପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଜର୍ଜ ତିର୍କିଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ କରିଥିଲେ ।
ମୁଖ୍ୟମନ୍ତ୍ରୀଙ୍କ ଏହି ଶୋକ ପ୍ରସ୍ତାବକୁ ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ, କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ, ସିପିଆଇ (ଏମ୍‌) ବିଧାୟକ ଲକ୍ଷ୍ମଣ ମୁଣ୍ଡା ସମର୍ଥନ ଜଣାଇ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ଶେଷରେ ବାଚସ୍ପତି ସୁରମା ପାଢ଼ୀ ଶ୍ରଦ୍ଧାଞ୍ଜଳି ଜଣାଇବା ପରେ ଦୁଇ ମିନିଟ ନିରବ ପ୍ରାର୍ଥନା ହୋଇଥିଲା ।
ମୁଖ୍ୟମନ୍ତ୍ରୀଙ୍କ ଏହି ଶୋକ ପ୍ରସ୍ତାବକୁ ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯର‌୍ୟ୍ୟ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ, ସିପିଆଇ (ଏମ୍‌) ବିଧାୟକ ଲକ୍ଷ୍ମଣ ମୁଣ୍ଡା ସମର୍ଥନ ଜଣାଇ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ।
ଶେଷରେ ବାଚସ୍ପତି ସୁରମା ପାଢ଼ୀ ଶ୍ରଦ୍ଧାଞ୍ଜଳି ଜଣାଇବା ପରେ ଦୁଇ ମିନିଟ ନିରବ ପ୍ରାର୍ଥନା ହୋଇଥିଲା । ପରେ ବିରୋଧୀ ବିଜେଡି ସଦସ୍ୟମାନେ ସାର ପ୍ରସଙ୍ଗରେ ନାରାବାଜି ସହ ହୋହଲ୍ଲା କରିଥିଲେ । ଏହାପରେ ବାଚସ୍ପତି ଗୃହ କାର୍ଯ୍ୟକୁ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଥିଲେ ।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031