Indus Valley Times

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରଶଙ୍ଗ: ପ୍ରକଳ୍ପ କାର୍ଯ୍ୟ ଆଇନ୍‌ର ପରିସର ମଧ୍ୟରେ ହେଉଛି; ପିନାକୀ

 Breaking News

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରଶଙ୍ଗ: ପ୍ରକଳ୍ପ କାର୍ଯ୍ୟ ଆଇନ୍‌ର ପରିସର ମଧ୍ୟରେ ହେଉଛି; ପିନାକୀ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରଶଙ୍ଗ: ପ୍ରକଳ୍ପ କାର୍ଯ୍ୟ ଆଇନ୍‌ର ପରିସର ମଧ୍ୟରେ ହେଉଛି; ପିନାକୀ
May 11
20:08 2022

ଭୁବନେଶ୍ୱର,୧୧/୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟକୁ ନେଇ ବିରୋଧିଙ୍କ ପ୍ରଶ୍ନର ଜବାବ ରହିଖଛନ୍ତି ପୁରୀ ସାଂସନ ପିନାକୀ ମିଶ୍ର । ପରିକ୍ରମା ପ୍ରକଳ୍ପ ସମ୍ପର୍କରେ ଏଏସ୍ଆଇ ହାଇକୋର୍ଟରେ ସତ୍ୟପାଠ ଦାଖଲ କରିବା ପରେ ବୁଧବାର ଦିନ ପ୍ରକଳ୍ପ ବିରୋଧୀଙ୍କୁ ପ୍ରଶ୍ନ କରିଛନ୍ତି ।
ଶ୍ରୀ ମିଶ୍ର କହିଛନ୍ତି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର‌୍ୟ୍ୟ ଉପରେ ହାଇକୋର୍ଟ ରହିତାଦେଶ ଦେଇନାହାନ୍ତି। ବରଂ ଏଏସ୍ଆଇ ସହିତ ସମନ୍ୱୟ ରଖି ରାଜ୍ୟ ସରକାର ନିର୍ମାଣ କାର‌୍ୟ୍ୟ ଜାରି ରଖିବାକୁ ପରାମର୍ଶ ଦେଇଛନ୍ତି। ହାଇକୋର୍ଟ ଏହା ସ୍ପଷ୍ଟ କଲା ପରେ ବିରୋଧୀମାନେ କେଉଁ ଆଧାରରେ ଏବଂ କେଉଁ କ୍ଷମତା ବଳରେ କାମ ବନ୍ଦ ରଖିବା ଉଚିତ ବୋଲି କହୁଛନ୍ତି ?
ଗଣମାଧ୍ୟମରେ ଶ୍ରୀ ମିଶ୍ର କହିଛନ୍ତି ଯେ ରାଜ୍ୟ ସରକାର ଯାହା କାମ କରୁଛନ୍ତି ଆଇନ୍ର ପରିସରରେ ରହି କରୁଛନ୍ତି । ଶୌଚାଳୟ, ଡ୍ରେନ୍ ଏବଂ ବୈଦ୍ୟୁତିକ ନିର୍ମାଣ ଆମ୍ସାର ଆଇନ୍ ପରିସରରେ ଆସୁନାହିଁ, ତେଣୁ ଏହିସବୁ କାମ କରାଯାଇପାରିବ ବୋଲି ନିଜେ ଏଏସ୍ଆଇ ତାଙ୍କ ସତ୍ୟପାଠରେ କହିଛନ୍ତି। ଏହାଛଡ଼ା ଏନ୍ଏମ୍ଏ ବା ଜାତୀୟ ସ୍ମାରକୀ ପ୍ରାଧୀକରଣ ଆମକୁ ଏଥିପାଇଁ ୪ ସେପ୍ଟେମ୍ବର ୨୦୨୧ରେ ଏନ୍ଓସି ଦେଇଛନ୍ତି ବୋଲି ଆଡ୍ଭୋକେଟ୍ ଜେନେରାଲ ହାଇକୋର୍ଟରେ କହିଛନ୍ତି। ଏଏସ୍ଆଇ ନିଜର ସତ୍ୟପାଠରେ ଉଲ୍ଲେଖ କରିଥିବା କେତେକ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଭିନ୍ନ ମତ ରହିଛି ବୋଲି ଆଡ୍ଭୋକେଟ୍ ଜେନେରାଲ ହାଇକୋର୍ଟଙ୍କୁ ଜଣାଇଛନ୍ତି । ସେଥିପାଇଁ ହାଇକୋର୍ଟ ମଧ୍ୟ ରାଜ୍ୟ ସରକାରଙ୍କୁ ଜବାବୀ ସତ୍ୟପାଠ ଦାଖଲ କରିବାକୁ ସମୟ ଦେଇଛନ୍ତି । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଆବେଦନକାରୀ ପରିକ୍ରମା ପ୍ରକଳ୍ପ କାର‌୍ୟ୍ୟ ଉପରେ ରହିତାଦେଶ ଦିଆଯାଉ ବୋଲି ବାରମ୍ବାର ନିବେଦନ କରିଥିଲେ । ମାତ୍ର ହାଇକୋର୍ଟ ଏହା ଉପରେ ରହିତାଦେଶ ଦେବାକୁ ସ୍ପଷ୍ଟ ଭାବେ ମନା କରିଦେଇଛନ୍ତି । ବରଂ ରାଜ୍ୟ ସରକାର ଓ ଏଏସ୍ଆଇ ପରସ୍ପର ଭିତରେ ସମନ୍ୱୟ ରଖି କାମ ଜାରି ରଖିବାକୁ ସ୍ପଷ୍ଟ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ଏଭଳି ନିର୍ଦ୍ଦେଶ ଦେବା ପରେ ପ୍ରକଳ୍ପ କାମ ବନ୍ଦ କରିବାକୁ କାହାର ସତ୍ସାହସ ହେଉଛି ବୋଲି ଶ୍ରୀ ମିଶ୍ର ପ୍ରଶ୍ନ କରିଛନ୍ତି ।
ଶ୍ରୀ ମିଶ୍ର ଆହୁରି କହିଛନ୍ତି ଯେ ପୁରୀର ଲୋକ ଏହି ପରିକ୍ରମା ପ୍ରକଳ୍ପ କାମ ହେବା ପାଇଁ ଚାହୁଁଛନ୍ତି। ପ୍ରତିଦିନ ମହାପ୍ରଭୁଙ୍କ ଦର୍ଶନ ଲାଗି ଆସୁଥିବା ଲକ୍ଷ ଲକ୍ଷ ଭକ୍ତ, ଶ୍ରଦ୍ଧାଳୁ ଶୌଚାଳୟ ଓ ଅନ୍ୟାନ୍ୟ ଅସୁବିଧାର ସମ୍ମୁଖୀନ ହେଉଥିଲେ। ଏହି ସ୍ପର୍ଶକାତର ସମସ୍ୟାକୁ ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ସରକାର ଉପଲବ୍ଧି କଲା ପରେ ଲୋକଙ୍କ ସୁବିଧା ଲାଗି ଏନ୍ଏମ୍ଏର ଏନ୍ଓସି ନେଇ ଶୌଚାଳୟ ଆଦି ନିର୍ମାଣ କରୁଛନ୍ତି। ବିଜେପିର ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ରଙ୍କ ନାମ ନ ନେଇ ଶ୍ରୀ ମିଶ୍ର ତାଙ୍କୁ କଟାକ୍ଷ କରି କହିଛନ୍ତି, ଯେଉଁମାନେ ପାର୍ଲାମେଣ୍ଟ ଯିବାକୁ ଚାହୁଁଛନ୍ତି ସେମାନେ ପ୍ରଥମେ ଆଇନ୍ର ଜ୍ଞାନ ହାସଲ କରନ୍ତୁ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031