Indus Valley Times

ସମାକୋଇ ଚକଧର ଜଳ ପ୍ରକଳ୍ପକୁ ବିରୋଧ, ଆଜି ୧୨ ଘଣ୍ଟିଆ ତେଲକୋଇ ବନ୍ଦ ଡାକରା

 Breaking News

ସମାକୋଇ ଚକଧର ଜଳ ପ୍ରକଳ୍ପକୁ ବିରୋଧ, ଆଜି ୧୨ ଘଣ୍ଟିଆ ତେଲକୋଇ ବନ୍ଦ ଡାକରା

September 12
11:51 2024

କେନ୍ଦୁଝର, ୧୨/୯ : ଆଜି ୧୨ ଘଣ୍ଟିଆ ତେଲକୋଇ ବନ୍ଦ ଡାକରା ଦିଆଯାଇଛି। ସମାକୋଇ ଜଳସେଚନ ପ୍ରକଳ୍ପକୁ ବିରୋଧ କରି ବନ୍ଦ ପାଳନ କରୁଛି ଚକଧର ସମନ୍ୱୟ ସମିତି। ସମିତି ପକ୍ଷରୁ ୪୯ନଂ ଜାତୀୟ ରାଜପଥର ଜଗମୋହନପୁର ଠାରେ ରାସ୍ତା ଅବରୋଧ କରାଯାଇଛି। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଗାଡ଼ି ମୋଟର ଅଟକି ରହିଛି। ବନ୍ଦ ଯୋଗୁ ଦୋକାନ ବଜାର, ସ୍କୁଲ କଲେଜ, ସରକାରୀ ଓ ବେସରକାରୀ ଅନୁଷ୍ଠାନ ବନ୍ଦ ରହିଛି।
ମୋହନ ମାଝୀ ସରକାରଙ୍କ ପ୍ରଥମ ବଜେଟରେ ଅନୁଗୋଳ ସମାକୋଇ ବ୍ୟାରେଜ ପ୍ରକଳ୍ପ କାର୍ଯ୍ୟକାରୀ କରିବା ପାଇଁ ବ୍ୟବସ୍ଥା କରାଗଲା। ଯାହାର ନିର୍ମାଣ ସ୍ଥଳ କେନ୍ଦୁଝର ଜିଲ୍ଲା କରଦାଙ୍ଗି ପଞ୍ଚାୟତ ଚକଧରଠାରେ ରହିଛି।
ଏହି ପ୍ରକଳ୍ପ ଅନୁମୋଦନ ଲାଭ ପରେ ତେଲକୋଇ ବ୍ଲକରେ ବହୁ ଗାଁ ଜଳମଗ୍ନ ହେବା ଆଶଙ୍କାରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଗତ ମାସ ୨୭ ତାରିଖରେ ତେଲକୋଇ ବନ୍ଦ ଡାକରା ଦେଇ ପ୍ରକଳ୍ପ ବନ୍ଦ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଏକ ଦାବିପତ୍ର ଦିଆଯାଇଥିଲା। କିନ୍ତୁ ସରକାରଙ୍କ ପାଖରୁ କୌଣସି ଉତ୍ତର ନଆସିବାରୁ ପୁନଶ୍ଚ ତେଲକୋଇ ବନ୍ଦ କରାଯାଇଛି ବୋଲି ଆନ୍ଦୋଳନକାରୀ କହିଛନ୍ତି।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031