Indus Valley Times

ସରକାରୀ କର୍ମଚାରୀଙ୍କ ସେପ୍ଟେମ୍ବର ମାସର ଦରମାକୁ ୨୬ ତାରିଖରେ ଦେବାପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

 Breaking News

ସରକାରୀ କର୍ମଚାରୀଙ୍କ ସେପ୍ଟେମ୍ବର ମାସର ଦରମାକୁ ୨୬ ତାରିଖରେ ଦେବାପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ସରକାରୀ କର୍ମଚାରୀଙ୍କ ସେପ୍ଟେମ୍ବର ମାସର ଦରମାକୁ ୨୬ ତାରିଖରେ ଦେବାପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
September 24
12:51 2025

ଭୁବନେଶ୍ୱର, ୨୪ /୯ : ଦୁର୍ଗାପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ଖୁସି କରିଛନ୍ତି ମୋହନ ସରକାର । ଶାରଦୀୟ ଦୁର୍ଗାପୂଜା ପାଇଁ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ଦରମା ମିଳିବା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀ ଏକ୍ସରେ ପୋଷ୍ଟ କରି ସୂଚନା ଦେଇଛନ୍ତି, ଶାରଦୀୟ ଦୁର୍ଗାପୂଜା ପାଇଁ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା । ଚଳିତ ସେପ୍ଟେମ୍ବର ମାସର ଦରମା ୨୬ ତାରିଖରେ ପ୍ରଦାନ କରିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିର୍ଦ୍ଦେଶ ଦେଇଛନ୍ତି ।
ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ମାସର ଶେଷ କାର‌୍ୟ୍ୟ ଦିବସରେ ଦରମା ମିଳୁଥିବା ବେଳେ, ଦୁର୍ଗାପୂଜା ପାଇଁ ଆସନ୍ତା ୨୭ ତାରିଖରୁ ରାଜ୍ୟର ସମସ୍ତ ସରକାରୀ କାର‌୍ୟ୍ୟାଳୟ ଛୁଟି ରହିବ ।
ଦଶହରା ପରି ପାର୍ବଣ ୠତୁରେ ବିଭିନ୍ନ ସାମଗ୍ରୀ କିଣାକିଣି ହୋଇଥାଏ ଏବଂ ଏବର୍ଷ ସାରା ଦେଶରେ GST ୨.୦ ସଂସ୍କାର ପରେ ସାରା ଦେଶରେ ବଚତ୍ ଉତ୍ସବ ମଧ୍ୟ ପାଳନ କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ଚଳିତ ମାସର ଦରମା ୨୬ ତାରିଖ ସୁଦ୍ଧା ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930