Indus Valley Times

ସରକାରୀ ପ୍ରାଥମିକ ଶିକ୍ଷକ ଶିକ୍ଷାନୁଷ୍ଠାନର ବାର୍ଷିକ କ୍ରୀଡା ଉତ୍ସବ

 Breaking News

ସରକାରୀ ପ୍ରାଥମିକ ଶିକ୍ଷକ ଶିକ୍ଷାନୁଷ୍ଠାନର ବାର୍ଷିକ କ୍ରୀଡା ଉତ୍ସବ

ସରକାରୀ ପ୍ରାଥମିକ ଶିକ୍ଷକ ଶିକ୍ଷାନୁଷ୍ଠାନର ବାର୍ଷିକ କ୍ରୀଡା ଉତ୍ସବ
January 19
10:01 2026

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ
ବାଲିଗୁଡା, ୧୯/୧: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ସରକାରୀ ପ୍ରାଥମିକ ଶିକ୍ଷକ ଶିକ୍ଷାନୁଷ୍ଠାନ ର ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠାନ ପରିସରରେ କ୍ରୀଡା ଶିକ୍ଷକ ପ୍ରଦୀପ କୁମାର ପ୍ରଧାନଙ୍କ ନେତୃତ୍ୱରେ ପାଳିତ ହୋଇଯାଇଛି ।
ଏଥିରେ ମୁଖ୍ୟ ଅତିଥି ଭାବେ ଫୁଲବାଣୀ ସରକାରୀ ପ୍ରାଥମିକ ଶିକ୍ଷକ ଶିକ୍ଷାନୁଷ୍ଠାନର ଅଧ୍ୟାପକ ଅମୁଲ୍ୟ ପ୍ରଧାନ, ସମ୍ମାନିତ ଅତିଥି ଭାବେ ସରକାରୀ ମାଧ୍ୟମିକ ଶିକ୍ଷକ ଶିକ୍ଷାନୁଷ୍ଠାନର ଅଧ୍ୟାପକ ଅଭିଷେକ ପ୍ରଧାନ ଯୋଗଦେଇ କ୍ରୀଡା ପତାକା ଉତ୍ତୋଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ ।
ଏହି ଉପଲକ୍ଷେ ଆୟୋଜିତ ବିଭିନ୍ନ କ୍ରୀଡା ପ୍ରତିଯୋଗିତା ର କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା ।
ଅନୁଷ୍ଠାନ ର ଦ୍ୱିତୀୟ ବର୍ଷ ର ଛାତ୍ର କେଶବ ଦିଗାଳ ଓ ଅଭିଜିତ ପୃଷ୍ଟି ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ । ଶେଷରେ ଅନୁଷ୍ଠାନ ର ଭାରପ୍ରାପ୍ତ ଅଧ୍ୟକ୍ଷ ମିହିର କୁମାର ଜେନା ଧନ୍ୟବାଦ ଅର୍ପଣ କରିଥିଲେ ।
ଉପଖଣ୍ଡ କ୍ରୀଡା ସଂଘ କପ : ରାଜ୍ୟ ସ୍ତରୀୟ ଫୁଟବଲ ଚମ୍ପିୟାନସିପ ଆୟୋଜନ ନିମନ୍ତେ ପ୍ରସ୍ତୁତି ବୈଠକ
ବାଲିଗୁଡା ୧୯/୧: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ କ୍ରୀଡା ସଂଘ ଆନୁକୂଲ୍ୟରେ ରାଜ୍ୟ ସ୍ତରୀୟ ଫୁଟବଲ ଚମ୍ପିୟାନସିପ -୨୦୨୬ ଆୟୋଜନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ସଂଘ ର ସଭାପତି ତଥା ଉପଜିଲ୍ଲାପାଳ ପ୍ରଣୀତା ଦାସ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି ।
ଏଥିରେ ସଂଘର ଉପସଭାପତି ସତ୍ୟ ନାରାୟଣ ପାଢ଼ୀ, ଉପଦେଷ୍ଟା ଶେଖ ସାଦିକ, ଦେବବ୍ରତ ସିଂ ଦେଓ, ସୁରେନ୍ଦ୍ର କୁମାର ପାତ୍ର, ସାଧାରଣ ସମ୍ପାଦକ ଡ଼. ସୁଶାନ୍ତ କୁମାର ଦାସ, ଯୁଗ୍ମ ସମ୍ପାଦକ ମାନସ ରଞ୍ଜନ ଆଚାର‌୍ୟ୍ୟ ଓ କୋଷାଧ୍ୟକ୍ଷ ରଞ୍ଜିତ କୁମାର ମହାନ୍ତି ଙ୍କ ସମେତ ସମସ୍ତ ସଦସ୍ୟ ଙ୍କ ଉପସ୍ଥିତ ରେ ଆଗାମୀ ଫେବୃଆରୀ ୪ ତାରିଖ ରୁ ୧୧ ତାରିଖ ପର୍ଯ୍ୟନ୍ତ ଉପଖଣ୍ଡ କ୍ରୀଡା ସଂଘ କପ ର ରାଜ୍ୟ ସ୍ତରୀୟ ଫୁଟବଲ ଚମ୍ପିୟାନସିପ ସ୍ଥାନୀୟ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସରରେ ଆୟୋଜନ କରିବା ପାଇଁ ସର୍ବ ସମ୍ମତି କ୍ରମେ ସ୍ଥିର କରାଯାଇଥିଲା ।
ଏଥିରେ ରାଜ୍ୟର ବଛାବଛା ଫୁଟବଲ ଟିମ ମଧ୍ୟରେ ସମ୍ବଲପୁର ଏଫ ସି, ଡାଇମଣ୍ଡ କ୍ଲବ ଖୋର୍ଦ୍ଧା, ଦୋସ୍ତି ବ୍ରଦର ସୁନ୍ଦରଗଡ଼, ପପୁଲାର କ୍ଲବ- ଢେଙ୍କାନାଳ, ୟୁଏସସି ଟିମ – ବରଗଡ଼, ଏଫପିଏସଏ ଟିମ – ଜଟଣୀ, ଜଗା ଯୁନାଇଟେଡ଼- ଭୁବନେଶ୍ୱର, ଜେ.ଡି. କ୍ଲବ-ଫୁଲବାଣୀ ଭଳି ବିଭିନ୍ନ ଦଳ ଅଂଶ ଗ୍ରହଣ କରିବାକୁ ସମ୍ମତି ପ୍ରଦାନ କରିଛନ୍ତି ।
ସେଥିମଧ୍ୟରେ ୧୦ ତାରିଖ ଦିନ ସବୁଠାରୁ ବିଶେଷ ଆକର୍ଷଣ ମହିଳା ଫୁଟବଲ ମ୍ୟାଚ ବରଗଡ଼ ସହ ଭୁବନେଶ୍ୱର ମଧ୍ୟରେ ଆୟୋଜିତ ହେବ କ୍ଷ ୧୧ ତାରିଖ ଫାଇନାଲ ତଥା ଉଦଯାପନୀ ଉତ୍ସବରେ ରାଜ୍ୟର ବହୁ ଗଣ୍ୟମାନ୍ୟ ଜନ ପ୍ରତିନିଧି ଯୋଗଦେବାର କାର୍ଯ୍ୟକ୍ରମ ରହିଛି।ପ୍ରତିଦିନ ର ମ୍ୟାଚ ଅପରାହ୍ନ ୨ଟା ୩୦ମି. ରେ ଆରମ୍ଭ ହେବାକୁ ଥିବା ବେଳେ ସେମିଫାଇନାଲ ଓ ଫାଇନାଲ ମ୍ୟାଚ ଅପରାହ୍ନ ୨ଘଣ୍ଟ ରେ ଆରମ୍ଭ କରାଯିବା ପାଇଁ ଏହି ବୈଠକ ରେ ଆଲୋଚନା କରାଯାଇଥିଲା ।
ଏହି ପ୍ରସ୍ତୁତି ବୈଠକ ରେ ଅନ୍ୟ ସଦସ୍ୟ ମାନଙ୍କ ମଧ୍ୟରେ କ୍ରୀଡା ସମ୍ପାଦକ ଶିବାନନ୍ଦ ପଟ୍ଟନାୟକ, ଏ. ଶ୍ରୀନିବାସ ଦୋରା, କ୍ରୀଡା ଆୟୋଜକ ଉପଦେଷ୍ଟା ମଣ୍ଡଳୀ ର ସମସ୍ତ ସଦସ୍ୟ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିବା ସହ ନିଜ ନିଜର ସୁ ଚିନ୍ତିତ ମତାମତ ପ୍ରଦାନ କରିଥିଲେ ।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930