Indus Valley Times

ସାମ୍ବାଦିକ ଭବନରେ ରକ୍ତଦାନ ଶିବିର, ୭୫ ୟୁନିଟ ସଂଗ୍ରହ ୫୦ ତମ ରକ୍ତଦାନ କଲେ ଜିଲ୍ଲା ପରିଷଦ ଅଧ୍ୟକ୍ଷ

 Breaking News

ସାମ୍ବାଦିକ ଭବନରେ ରକ୍ତଦାନ ଶିବିର, ୭୫ ୟୁନିଟ ସଂଗ୍ରହ ୫୦ ତମ ରକ୍ତଦାନ କଲେ ଜିଲ୍ଲା ପରିଷଦ ଅଧ୍ୟକ୍ଷ

ସାମ୍ବାଦିକ ଭବନରେ ରକ୍ତଦାନ ଶିବିର, ୭୫ ୟୁନିଟ ସଂଗ୍ରହ ୫୦ ତମ ରକ୍ତଦାନ କଲେ ଜିଲ୍ଲା ପରିଷଦ ଅଧ୍ୟକ୍ଷ
June 25
20:59 2025

ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟ
ନୟାଗଡ଼,୨୫/୬ : ନୟାଗଡ଼ ସାମ୍ବାଦିକ ଭବନ ପରିସରରେ ଆଜି ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ସାମ୍ବାଦିକ ଭବନ ଓ ରୋଟାରୀ କ୍ଲବ ସହଭାଗିତାରେ ଅନୁଷ୍ଠିତ ଏହି ଶିବିରକୁ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଉଦଘାଟନ କରିବା ସହ ପ୍ରଥମ ରକ୍ତଦାତା ଭାବେ ରକ୍ତଦାନ କରିଥିଲେ ।
ତାଙ୍କ ଜୀବନର ଏହା ୫୦ ତମ ରକ୍ତଦାନ ବୋଲି ସେ ସୂଚନା ଦେଇଥିଲେ । ଅନ୍ୟତମ ଅତିଥି ଭାବେ ପୈାର ପରିଷଦ ଅଧ୍ୟକ୍ଷା ନିରୂପମା ଖଟେଇ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସୁଶାନ୍ତ କୁମାର ଦାଶ ଏବଂ ସମାଜସେବୀ ଦାମୋଦର ସାହୁ, ଜିଲ୍ଲା ପରିଷଦ ସଦସ୍ୟ ସରୋଜ କୁମାର ରଣସିଂ ଯୋଗ ଦେଇଥିଲେ ।
ସାମ୍ବାଦିକ ଭବନ ସଭାପତି ବୈଦ୍ୟଭୂଷଣ ମହାପାତ୍ର, କାର୍ଯ୍ୟକାରୀ ସମ୍ପାଦକ ଅନୀଲ କୁମାର ପଣ୍ଡା, ରୋଟାରୀ କ୍ଲବ ସଭାପତି ଶ୍ରୀକାନ୍ତ କୁମାର ଖଟେଇ, ସମ୍ପାଦକ ଅବିନାଶ ସାହୁ ରକ୍ତଦାତାଙ୍କୁ ଉତ୍ସାହିତ କରିବା ସହ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।
ବିଭିନ୍ନ ଗଣମାଧ୍ୟମରେ କାର୍ଯ୍ୟରତ ଜିଲ୍ଲା ପ୍ରତିନିଧି ଏବଂ ସେମାନଙ୍କ ପରିବାଦ ସଦସ୍ୟ ରକ୍ତଦାନ କରିଥିଲେ । ସେହିଭଳି ଭାବେ ବଣିକ ସଂଘ, ଡ୍ରାଇଭର ସଂଘ, ୟୁନିଟେକ ରେସିଡେନ୍ସିଆଲ୍ କଲେଜ, ଡିଭାଇନ୍ କଲେଜ ଏବଂ ନୟାଗଡ଼ ସ୍ୱଂୟ ଶାସିତ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନେ ସାମିଲ ହୋଇ ରକ୍ତଦାନ କରିଥିଲେ ।
ନୟାଗଡ଼ ବ୍ଲକ ବ୍ୟାଙ୍କ ପକ୍ଷରୁ ଡା. ଦେବୀଦତ୍ତ ଦିବ୍ୟରଞ୍ଜନ ମିଶ୍ର, କାଉନସିଲର ଅଜୟ କୁମାର ପଟ୍ଟନାୟକ, ରବୀନ୍ଦ୍ର ନାଥ ସାହୁ, ଅଭିମନ୍ୟୁ ସାହୁ, ସନ୍ତୋଷ କୁମାର ସେଠୀ ପ୍ରମୂଖ ଉପସ୍ଥିତ ରହି ରକ୍ତ ସଂଗ୍ରହ କରିଥିଲେ ।
ମୋଟ ୭୫ ୟୁନିଟ ରକ୍ତ ସଂଗ୍ରହ ହୋଇଥିବା ଜଣାପଡ଼ିଛି । ଏହି କାର୍ଯ୍ୟକ୍ରମରେ ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥ, ପ୍ରଶାନ୍ତ କୁମାର ଜେନା, ରଜତ ପଟ୍ଟନାୟକ, ନିହାର ରଞ୍ଜନ ପଟ୍ଟନାୟକ, ବିଶ୍ୱଜିତ ନାୟକ, ସ୍ୱରୁପ ପଟ୍ଟନାୟକ, ରବୀନ୍ଦ୍ର ଦାଶ,ବିଶ୍ଵ ଭୂଷଣ ମହାପାତ୍ର, ପ୍ରଭାତ କୁମାର ମହାପାତ୍ର, ବିଭୂତି ଭୂଷଣ ସ୍ୱାଇଁ ପ୍ରମୂଖ ସାମିଲ ହୋଇ ସହଯୋଗ କରିଥିଲେ ।
ରାସ୍ତାରେ ବସି ସରକାରଙ୍କୁ ଚେତାଇଲେ ଛାତ୍ରଛାତ୍ରୀ
ନୟାଗଡ଼, ୨୫/୬ : ରାଜ୍ୟରେ ଛାତ୍ରୀଙ୍କୁ ଅସଦାଚରଣ, ଦୁଷ୍କର୍ମ, ହତ୍ୟା ଭଳି ଘଟଣା ଅହେତୁକ ବୃଦ୍ଧି ପାଇଥିବା ବେଳେ ରାଜ୍ୟ ବିଜେପି ସରକାର ନୀରବଦ୍ରଷ୍ଟା ସାଜିଛନ୍ତି । ଯାହାକୁ ନେଇ ଆଜି ବିଜୁ ଜନତା ଦଳ ପକ୍ଷରୁ ବିଭିନ୍ନ ସ୍ଥାନରେ ଛାତ୍ର ଆନ୍ଦୋଳନ ତୀବ୍ରତର ହୋଇଛି ।
ନୟାଗଡ଼ ଜିଲ୍ଲା ବିଜେଡି ସଭାପତି ତଥା ବିଧାୟକ ରମେଶ ଚନ୍ଦ୍ର ବେହେରା, ନୟାଗଡ଼ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଡ. ଅରୁଣ କୁମାର ସାହୁଙ୍କ ପରାମର୍ଶ କ୍ରମେ ଆଜି ଜିଲ୍ଲାର ବିଭିନ୍ନ ସ୍ଥାନରେ ଛାତ୍ର ଆନ୍ଦୋଳନ ଅନୁଷ୍ଠିତ ହୋଇଛି ।
ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟ ସାମ୍ନାରେ ରାସ୍ତାରୋକ ଓ ବିକ୍ଷୋଭ ଅନୁଷ୍ଠିତ ହୋଇଛି । ଶହ ଶହ ସଂଖ୍ୟାରେ ଛାତ୍ରଛାତ୍ରୀ ସାମିଲ ହୋଇ ପ୍ରତିବାଦ କରିଛନ୍ତି ।
ଛାତ୍ରଛାତ୍ରୀମାନେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି । ନୟାଗଡ଼ ଜିଲ୍ଲା ଯୁବ ବିଜେଡି ସଭାପତି ଦୁର୍ଯ୍ୟୋଧନ ବେହେରା, ଛାତ୍ର ବିଜେଡି ସଭାପତି ନୀଳମାଧବ ପଣ୍ଡା, ରାଜ୍ୟ ଯୁବ ସମ୍ପାଦକ ଅନୱାର ଅଲ୍ଲୀ, ରବୀନ୍ଦ୍ର ଜେନା, ପ୍ରମୋଦ ସାହୁ, ଅମୁଲ୍ୟ ସାହୁ ପ୍ରମୁଖ ଆନ୍ଦୋଳନର ନେତୃତ୍ୱ ନେଇଥିଲେ ।
ବିଜେପି ସରକାର କ୍ଷମତାକୁ ଆସିବା ପରଠାରୁ, ଆଇନ ଶୃଙ୍ଖଳା ଦିନକୁ ଦିନ ବିପର୍ଯ୍ୟସ୍ତ ହୋଇପଡ଼ୁଛି । ଯୁବତୀଙ୍କୁ ଅସଦାଚରଣ, ଦୁଷ୍କର୍ମ, ଅପହରଣ ଓ ହତ୍ୟା ଘଟଣା ପ୍ରତିଦିନ ଖବରକାଗଜରେ ଶିରୋନାମା ହେଉଛି।
ଗୋପାଳପୁର ଭଳି ଏକ ପର୍ଯ୍ୟଟନ ସ୍ଥଳୀରେ ଗଣଦୁଷ୍କର୍ମ କରାଯାଇଥିଲା। ସେହିପରି ମୁଖ୍ୟମନ୍ତ୍ରୀଙ୍କ ନିଜ ଜିଲ୍ଲା କେନ୍ଦୁଝରରେ ମଧ୍ୟ ଏକ ଦୁଖଃଦ ଘଟଣା ଘଟିଥିଲା। ରାଜ୍ୟରେ ପ୍ରତିଦିନ ପ୍ରାୟ ୧୫ ଜଣ ଯୁବତୀ ଦୁଷ୍କର୍ମର ଶିକାର ହେଉଛନ୍ତି।
ରାଜ୍ୟରେ ଦିନକୁ ଦିନ ଏଭଳି ଘଟଣା ବୃଦ୍ଧି ପାଉଥିବାରୁ, ଯୁବତୀମାନେ ନିଜକୁ ଅସୁରକ୍ଷିତ ମନେ କରୁଛନ୍ତି। ଦୁଃଖ ଓ ପରିତାପର ବିଷୟ, ଏହିଭଳି ସମ୍ୱେଦନଶୀଳ ପ୍ରସଙ୍ଗରେ, ରାଜ୍ୟ ସରକାର ନୀରବ ଦ୍ରଷ୍ଟା ସାଜିଛନ୍ତି ଓ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତିକୁ ନିୟନ୍ତ୍ରଣରେ ରଖିବାରେ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି।
ରାଜ୍ୟ ସରକାରଙ୍କୁ ଚେତାଇ ଦେବା ଉଦ୍ଦେଶ୍ୟରେ ଏହି ଛାତ୍ର ଆନ୍ଦୋଳନ ଆଜି ଅନୁଷ୍ଠିତ ହୋଇଥିଲା । ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତଳିକା ଦାହ କରାଯାଇଥିଲା । ପୁଲିସ ପ୍ରଶାସନ ପକ୍ଷରୁ ବୁଝାଶୁଝା ପରେ ବି ଆନ୍ଦୋଳନ ବନ୍ଦ ହୋଇନଥିଲା । ଫଳରେ ପୁଲିସ ଯୁବ ଓ ଛାତ୍ର ନେତାଙ୍କୁ ଉଠାଇ ନେଇ ଥାନାରେ ଅଟକ ରଖି ପରେ ଛାଡ଼ିଥିବା ସୂଚନା ମିଳିଛି ।
ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାକୁ ନେଇ ୨୫ରେ ଛାତ୍ର ଆନ୍ଦୋଳନ
ନୟାଗଡ଼.୨୫/୬ : ରାଜ୍ୟରେ ଛାତ୍ରୀଙ୍କୁ ଅସଦାଚରଣ, ଦୁଷ୍କର୍ମ, ହତ୍ୟା ଭଳି ଘଟଣା ଅହେତୁକ ବୃଦ୍ଧି ପାଇଥିବା ବେଳେ ରାଜ୍ୟ ବିଜେପି ସରକାର ନୀରବଦ୍ରଷ୍ଟା ସାଜିଛନ୍ତି ।
ଯାହାକୁ ନେଇ ବିଜୁ ଜନତା ଦଳର ବରିଷ୍ଠ ସାଧାରଣ ସମ୍ପାଦକ ତଥା ବିଧାୟକ ବ୍ୟୋମେକେଶ ରାୟ ଏବଂ ପୂର୍ବତନ ଛାତ୍ର ସଭାପତି ତଥା ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ ଆସନ୍ତା ଜୁନ ୨୫ ତାରିଖ ସାରା ରାଜ୍ୟରେ ଛାତ୍ର ଆନ୍ଦୋଳନ ପାଇଁ ଡାକରା ଦେଇଛନ୍ତି ।
ଏହି ଅବସରରେ ନୟାଗଡ଼ ଜିଲ୍ଲା ବିଜେଡି ସଭାପତି ତଥା ବିଧାୟକ ରମେଶ ଚନ୍ଦ୍ର ବେହେରା, ନୟାଗଡ଼ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଡ. ଅରୁଣ କୁମାର ସାହୁଙ୍କ ପରାମର୍ଶ କ୍ରମେ ଆସନ୍ତାକାଲି ସକାଳ ୧୦ ଘଟିକା ସମୟରେ ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟ ସାମ୍ନାରେ ରାସ୍ତାରୋକ ଓ ବିକ୍ଷୋଭ ଅନୁଷ୍ଠିତ ହେବ ବୋଲି ନୟାଗଡ଼ ଜିଲ୍ଲା ଯୁବ ବିଜେଡି ସଭାପତି ଦ୍ୟୁ୍ୟୋଧନ ବେହେରା,ଉପସଭାପତି ରବୀନ୍ଦ୍ର ଜେନା, ଛାତ୍ର ବିଜେଡି ସଭାପତି ନୀଳମାଧବ ପଣ୍ଡା, ରାଜ୍ୟ ସମ୍ପାଦକ ଅନୱର ଅଲ୍ଲୀ ସୂଚନା ଦେଇଛନ୍ତି ।
ଏହି ଆନ୍ଦୋଳନ ଜିଲ୍ଲାର ୪ଟି ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନରେ ଥିବା ମହାବିଦ୍ୟାଳୟ ସାମ୍ନାରେ ଅନୁଷ୍ଠିତ ହେବାକୁ ସ୍ଥିର କରାଯାଇଛି ।
ରାଜ୍ୟରେ ବିଜେପି ସରକାର କ୍ଷମତାକୁ ଆସିବା ପରଠାରୁ, ଆଇନ ଶୃଙ୍ଖଳା ଦିନକୁ ଦିନ ବିପର୍ଯ୍ୟସ୍ତ ହୋଇପଡୁଛି। ଯୁବତୀଙ୍କୁ ଅସଦାଚରଣ, ଦୁଷ୍କର୍ମ, ଅପହରଣ ଓ ହତ୍ୟା ଘଟଣା ପ୍ରତିଦିନ ଖବରକାଗଜରେ ଶିରୋନାମା ହେଉଛି।
ଗୋପାଳପୁର ଭଳି ଏକ ପର୍ଯ୍ୟଟନସ୍ଥଳରେ ଜଣେ ଯୁବତୀଙ୍କ ପୁରୁଷ ବନ୍ଧୁଙ୍କୁ ଗଛରେ ବାନ୍ଧି ଦେଇ ତାଙ୍କ ସାମ୍ନାରେ ଯୁବତୀ ଜଣଙ୍କୁ ଗଣଦୁଷ୍କର୍ମ କରାଯାଇଥିଲା।
ସେହିପରି ମୁଖ୍ୟମନ୍ତ୍ରୀଙ୍କ ନିଜ ଜିଲ୍ଲା କେନ୍ଦୁଝରରେ ମଧ୍ୟ ଏକ ଦୁଖଃଦ ଘଟଣା ଘଟିଥିଲା। ରାଜ୍ୟରେ ପ୍ରତିଦିନ ପ୍ରାୟ ୧୫ ଜଣ ଯୁବତୀ ଦୁଷ୍କର୍ମର ଶିକାର ହେଉଛନ୍ତି। ରାଜ୍ୟରେ ଦିନକୁ ଦିନ ଏଭଳି ଘଟଣା ବୃଦ୍ଧି ପାଉଥିବାରୁ, ଯୁବତୀମାନେ ନିଜକୁ ଅସୁରକ୍ଷିତ ମନେ କରୁଛନ୍ତି। ଦୁଃଖ ଓ ପରିତାପର ବିଷୟ, ଏହିଭଳି ସମ୍ୱେଦନଶୀଳ ପ୍ରସଙ୍ଗରେ, ରାଜ୍ୟ ସରକାର ନୀରବଦ୍ରଷ୍ଟା ସାଜିଛନ୍ତି ଓ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତିକୁ ନିୟନ୍ତ୍ରଣରେ ରଖିବାରେ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି।
ରାଜ୍ୟ ସରକାରଙ୍କୁ ଚେତାଇ ଦେବା ଉଦ୍ଦେଶ୍ୟରେ, ଛାତ୍ର ଆନ୍ଦୋଳନ ଆୟୋଜିତ ହେବ। ଆନ୍ଦୋଳନ କାର୍ଯ୍ୟକ୍ରମ ମାଧ୍ୟମରେ, ଶ୍ରେଣୀ ବର୍ଜନ, କଳାବ୍ୟାଚ ପରିଧାନ, ପିକେଟିଂ, କୁଶ ପୁତ୍ତଳିକା ଦାହ ଇତ୍ୟାଦି କାର୍ଯ୍ୟକ୍ରମ କରାଯିବ।
ଏହି ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ଯୁବ ସମ୍ପାଦକ ଅନୱାର ଅଲ୍ଲୀ, ରବୀନ୍ଦ୍ର ଜେନା, ପ୍ରମୋଦ ସାହୁ ପ୍ରମୁଖ ଉପସ୍ଥିତ ରହିଥିଲେ।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031