Indus Valley Times

ସୁନ୍ଦରଗଡ଼ରେ ସ୍ଥିତି ଉଦବେଗଜନକ: ଆଜି ପୁଣି ୭ ସ୍କ୍ରବ୍ ଟାଇଫସ ପଜିଟିଭ ଚିହ୍ନଟ, ୨୦୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

 Breaking News

September 20
09:45 2023

ସୁନ୍ଦରଗଡ଼, ୨୦/୯ : ସୁନ୍ଦରଗଡ଼ ଜିଲ୍ଲାରେ ବଢ଼ିବଢ଼ି ଚାଲିଛି ସ୍କ୍ରବ ଟାଇଫସ ଭାଇରସ ଆକ୍ରାନ୍ତ ସଂଖ୍ୟା। ପୁଣି ଜିଲ୍ଲାରେ ଆଉ ୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହ ଜିଲ୍ଲାରେ ଅ।କ୍ରାନ୍ତଙ୍କ ସଂଖ୍ୟା ୨୦୦ ଛୁଇଁଛି। ଯାହା ଚିନ୍ତାର କାରଣ ପାଲଟଛି।
ସୋମବାର ୫୯ ଜଣଙ୍କର ରକ୍ତ ନମୁନା ପରୀକ୍ଷା କରାଯାଇଥିବା ବେଳେ ସେ ମଧ୍ୟରୁ ୧୦ ଜଣ ପଜିଟିଭ ଚିହ୍ନଟ ହୋଇଥିଲେ। ଜିଲ୍ଲାର ସଦର ବ୍ଲକର ମଝାପଡା ଓ ବାଲିଶଙ୍କରା ବ୍ଲକ ଅଂଚଳରେ ମାତ୍ରାଧିକ ଅ।କ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ସୂଚନା ଦେଇଥିଲେ।
ଏହା ସହ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ସମସ୍ତ ବିଡିଓ, ତହସିଲଦାର ଓ ଡାକ୍ତରମାନଙ୍କ ସହ ଭର୍ଚୁଅ।ଲ ମୋଡରେ ବୈଠକ କରାଯାଇଛି ବୋଲି କହିଥିଲେ।
ପଞ୍ଚାୟତ ସ୍ତରରୁ ଜନସାଧାରଣଙ୍କୁ କିଭଳି ଭାବରେ ଅ।ହୁରି ସଚେତନ କରାଯାଇପାରିବ ତା’ ଉପରେ ବୈଠକରେ ଗୁରୁତ୍ଵ ଦିଅ।ଯାଇଥିବା ନେଇ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ସୂଚନା ଦେଇଥିଲେ।
ଅନ୍ୟପକ୍ଷରେ ବରଗଡ଼, ସୁନ୍ଦରଗଡ଼ ଓ ବଲାଙ୍ଗିର ଅଞ୍ଚଳରେ ଭୟ ସୃଷ୍ଟି କରିଥିବା ସ୍କ୍ରବ ଟାଇଫସ୍ ରୋଗର ମୁକାବିଲା ପାଇଁ ଅଣ୍ଟା ଭିଡ଼ିଛି ସ୍ୱାସ୍ଥ୍ୟ ବିଭାଗ ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031