Indus Valley Times

‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

 Breaking News

‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

September 17
14:48 2024

ଭୁବନେଶ୍ୱର,୧୬/୯ : ଅପେକ୍ଷାରେ ହେଲା ଅନ୍ତ । ମହିଳାମାନଙ୍କ ପାଇଁ ଖୁସି ଖବର । ବ୍ୟାଙ୍କ୍ ଆକାଉଣ୍ଟକୁ ଗଲା ସୁଭଦ୍ରା ଟଙ୍କା ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱର ଜନତା ମଇଦାନଠାରେ ବିଧିବଦ୍ଧ ଭାବେ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏପରିକି ପ୍ରଧାନମନ୍ତ୍ରୀ ମୋଦି ବିଭିନ୍ନ ସରକାରୀ ଯୋଜନା ଓ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ।
ଏହି ପରିପ୍ରେକ୍ଷୀରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝି, ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, କନକ ବଦ୍ଧର୍ନ ସିଂ ଦେଓ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଭାଗୀୟ ମନ୍ତ୍ରୀ, ଭାଜପା ନେତୃବୃନ୍ଦ ପ୍ରମୁଖ ଉପସ୍ଥିତ ରହିଥିଲେ।
ଏହାସହ ଗୋଠପାଟଣା ସ୍ପୋର୍ଟସ ଭ୍ୟାଲିର ବି ଶିଳାନ୍ୟାସ କରିଥିଲେ ମୋଦି। ପ୍ରଧାନମନ୍ତ୍ରୀ ୧୦ ଲକ୍ଷ ପିଏମ୍ ଆବାସ ଗ୍ରାମୀଣ ହିତାଧିକାରୀଙ୍କୁ ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିଛନ୍ତି ।
ପ୍ରଧାନମନ୍ତ୍ରୀ ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରେ ବିମାନ ବନ୍ଦରରେ ପହଞ୍ଚି ଥିଲେ।
ପରେ ସେ ରାଜଭବନ ଛକଦେଇ ଗାଡ଼କଣ ଯାଇଥିଲେ। ସେଠାରେ ସେ ଆବାସ ହିତାଧିକାରୀଙ୍କ ସହ ଆଲୋଚନା କରି ଗୃହପ୍ରବେଶ କରାଇଥିଲେ। ପରେ ମୋଦି ମହିଳାଙ୍କଠାରୁ କ୍ଷିରୀ ଖାଇ ଖୁସି ବ୍ୟକ୍ତ କରିଥିଲେ।
ଏହି ଅବସରରେ ମହିଳାଙ୍କଠାରୁ ମହାପ୍ରଭୁ ଜଗନ୍ନାଥଙ୍କ ପଟଚିତ୍ର ଉପହାର ସ୍ବରୁପ ଗ୍ରହଣ କରିଥିଲେ। ପରେ ସେ ସେଠାରୁ ଜନତାମଇଦାନଦ ଆସିଥିଲେ। ପରେ ଅନୁଷ୍ଠିତ କାର୍ଯ୍ୟାକ୍ରମରେ ଯୋଗ ଦେଇ ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରି କରିଥିଲେ।
ଏପରିକି ଓଡ଼ିଶା ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ବିଟ କରି ସୁଭଦ୍ରା ଯୋଜନାର ଶୁଭାରମ୍ଭ ନେଇ ଉତ୍ସାହିତ ଥିବା କହିଥିଲେ। ’ସୁଭଦ୍ରା ଯୋଜନା’ ନାରୀ ସଶକ୍ତୀକରଣକୁ ଆଗକୁ ବଢ଼ାଇବ ଏବଂ ଆର୍ଥିକ କ୍ଷେତ୍ରରେ ସ୍ବାଧୀନତା ଦେବ ପ୍ରଧାନମନ୍ତ୍ରୀ ମୋଦି ଟ୍ବିଟ କରି ଉଲ୍ଲେଖ କରିଥିଲେ।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031