Indus Valley Times

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ଆଜି ଓ ଆସନ୍ତାକାଲି ଦୁଇ ଦିନ ଯାଏଁ ପ୍ରବଳ ବର୍ଷା

 Breaking News

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ଆଜି ଓ ଆସନ୍ତାକାଲି ଦୁଇ ଦିନ ଯାଏଁ ପ୍ରବଳ ବର୍ଷା

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ଆଜି ଓ ଆସନ୍ତାକାଲି ଦୁଇ ଦିନ ଯାଏଁ ପ୍ରବଳ ବର୍ଷା
July 31
11:21 2024

ଭୁବନେଶ୍ୱର, ୩୧/୭ : ଝାଡ଼ଖଣ୍ଡ ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ଉପରେ ରହିଥିବା ଘୂର୍ଣ୍ଣିବଳୟ ସହ ମୌସୁମୀ ଟ୍ରାପ୍ ଲାଇନ୍ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଜିଠାରୁ ରାଜ୍ୟରେ ବଢ଼ିବ ବର୍ଷା। ଆଜି ଓ ଆସନ୍ତାକାଲି ଦୁଇ ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ ଓ ନୟାଗଡ଼ ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ବୌଦ୍ଧ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର‌୍ୟ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୧ ତାରିଖ ଗୁରୁବାର ଅନୁଗୋଳ, ବୌଦ୍ଧ, ନୟାଗଡ଼, ଢେଙ୍କାନାଳ ଓ କଟକ ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ସୁନ୍ଦରଗଡ଼, ଦେବଗଡ଼, ସମ୍ୱଲପୁର, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ନବରଙ୍ଗପୁର,କୋରାପୁଟ, ମାଲକାନଗିରି, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୨ ତାରିଖ ଶୁକ୍ରବାର ମୟୂରଭଞ୍ଜ,କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼ ଓ ଅନୁଗୋଳ ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031