Indus Valley Times

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ପ୍ରବଳ ବର୍ଷିବ

 Breaking News

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ପ୍ରବଳ ବର୍ଷିବ

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ପ୍ରବଳ ବର୍ଷିବ
July 29
17:35 2023

ଭୁବନେଶ୍ବର,୨୯/୭ : ବଙ୍ଗୋପସାଗରରେ ଲଗାତାର ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାରେ ଲାଗିଛି । କିଛି ଦିନ ତଳେ ସୃଷ୍ଟ ଲଘୁଚାପ ରାଜ୍ୟରେ ଭଲ ବର୍ଷା କରାଇ ଦୁର୍ବଳ ହେବା ପରେ ଏବେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି ।
ଏହି ଲଘୁଚାପ କ୍ଷେତ୍ରଟି ଉତ୍ତର-ଓଡ଼ିଶା ଓ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଅଂଚଳରେ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର କହିଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣବଳୟ ଏକ ଲଘୁଚାପରେ ପରିଣତ ହୋଇସାରିଛି ।
ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ମୟୁରଭଞ୍ଜ, ଯାଜପୁର, ବଲାଙ୍ଗୀର ଓ ବରଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏସବୁ ଜିଲ୍ଲା ପାଇଁ ଅରେଞ୍ଜ୍ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ବାଲେଶ୍ୱର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ, ନୂଆପଡ଼ା, କେନ୍ଦ୍ରାପଡ଼ା, ଜଗତସିଂହପୁର, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ଓ ଏସବୁ ଜିଲ୍ଲା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।
ପରବର୍ତ୍ତୀ ୨୪ ଘଣ୍ଟା ଅର୍ଥାତ ଜୁଲାଇ ୩୧ ସୁଦ୍ଧା ରାଜ୍ୟର କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ ଜଗତସିଂହପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏସବୁ ଜିଲ୍ଲା ପାଇଁ ଅରେଞ୍ଜ୍ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ଭଦ୍ରକ, କଟକ, ଯାଜପୁର, ପୁରୀ, ଖୋର୍ଦ୍ଧା, ଅନୁଗୁଳ, ଦେବଗଡ଼, ବାଲେଶ୍ୱର, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସୋନପୁର, ବଲାଙ୍ଗୀର, ବୌଦ୍ଧ, ବରଗଡ଼, କଳାହାଣ୍ଡି, କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ଓ ଏସବୁ ଜିଲ୍ଲା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ରାଜ୍ୟରେ ଏପରି ସ୍ଥିତି ଆସନ୍ତା ୨ ତାରିଖ ପର‌୍ୟ୍ୟନ୍ତ ଜାରି ରହିବ ।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031