Indus Valley Times

ସ୍ପଷ୍ଟ ହେଲା ଚିତ୍ର: ପୁଣି ସଭାପତି ଆସନରେ ବସିବେ ମନମୋହନ ସାମଲ

 Breaking News

ସ୍ପଷ୍ଟ ହେଲା ଚିତ୍ର: ପୁଣି ସଭାପତି ଆସନରେ ବସିବେ ମନମୋହନ ସାମଲ

ସ୍ପଷ୍ଟ ହେଲା ଚିତ୍ର: ପୁଣି ସଭାପତି ଆସନରେ ବସିବେ ମନମୋହନ ସାମଲ
July 07
16:15 2025

ଭୁବନେଶ୍ୱର,୭/୭: ରାଜ୍ୟ ଭାଜପା ସଭାପତି ପଦ ପାଇଁ ସୋମବାର ନାମାଙ୍କନ ଭରିଛନ୍ତି ମନମୋହନ ସାମଲ। କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଓ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ସେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଫଳରେ ସେ ପୁଣି ଥରେ ସଭାପତି ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ସମ୍ଭାବନା ଉଜ୍ଜ୍ବଳ ହୋଇଛି।
ରାଷ୍ଟ୍ରୀୟ ନିର୍ବାଚନ ଅଧିକାରୀ ଡ. କେ. ଲକ୍ଷ୍ମଣଙ୍କ ନିର୍ଦ୍ଦେଶାନୁଯାୟୀ ସୋମବାର ଅପରାହ୍ନ ୨ଟାରୁ ୩ଟା ମଧ୍ୟରେ ନାମାଙ୍କନ ସମ୍ପର୍କିତ ଆପତ୍ତି ଅଭିଯୋଗର ଯାଞ୍ଚ କରାଯାଇ ୪ଟା ସୁଦ୍ଧା ଅନ୍ତିମ ସୂଚୀ ପ୍ରକାଶ କରାଯିବ ଏବଂ ଚିହ୍ନ ଆବଣ୍ଟନ କରାଯିବ ।
ଆବଶ୍ୟକ ହେଲେ ୮ତାରିଖ ପୂର୍ବାହ୍ନ ୯ଟାରୁ ୧୧ଟା ପର୍ଯ୍ୟନ୍ତ ମତଦାନ ହେବ ଏବଂ ୧୧ଟା ୩୦ ସୁଦ୍ଧା ଚୂଡ଼ାନ୍ତ ଫଳାଫଳ ଘୋଷଣା କରାଯିବ । ଏହି ନିର୍ବାଚନ ପ୍ରକ୍ରିୟାର ସୁପରିଚାଳନା ଓ ତଦାରଖ କରିବା ପାଇଁ କେନ୍ଦ୍ର ନିର୍ବାଚନ ଅଧିକାରୀଙ୍କ ତରଫରୁ ବିହାର ସାଂସଦ ସଞ୍ଜୟ ଜୟସ୍ବାଲଙ୍କୁ ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ଦିଆଯାଇଛି। ଏହି ପ୍ରକ୍ରିୟା ୮ ତାରିଖ ଦିନ ଶେଷ ହେବ ବୋଲି ରାଜ୍ୟ ଭାଜପା ସାଧାରଣ ସମ୍ପାଦକ ଯତୀନ ମହାନ୍ତି କହିଛନ୍ତି।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031