Indus Valley Times

ହରିବୋଲ-ହୁଳହୁଳୀରେ କମ୍ପୁଛି ବଡଦାଣ୍ଡ: ପୁରୀ ଯାଇ ରଥଯାତ୍ରା ଦେଖିଲେ ମୁଖ୍ୟମନ୍ତ୍ରୀ, ଟାଣିଲେ ନନ୍ଦୀଘୋଷ ରଥ

 Breaking News

ହରିବୋଲ-ହୁଳହୁଳୀରେ କମ୍ପୁଛି ବଡଦାଣ୍ଡ: ପୁରୀ ଯାଇ ରଥଯାତ୍ରା ଦେଖିଲେ ମୁଖ୍ୟମନ୍ତ୍ରୀ, ଟାଣିଲେ ନନ୍ଦୀଘୋଷ ରଥ

ହରିବୋଲ-ହୁଳହୁଳୀରେ କମ୍ପୁଛି ବଡଦାଣ୍ଡ: ପୁରୀ ଯାଇ ରଥଯାତ୍ରା ଦେଖିଲେ ମୁଖ୍ୟମନ୍ତ୍ରୀ, ଟାଣିଲେ ନନ୍ଦୀଘୋଷ ରଥ
July 01
17:30 2022

ପୁରୀ, ୧/୭: ଆଜି ହେଉଛି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ରଥଯାତ୍ରା ପାଇଁ ଜନସମୁଦ୍ର ପାଲଟିଛି ଶ୍ରୀକ୍ଷେତ୍ର ପୁରୀ । କୋଭିଡ କଟକଣା କୋହଳ ପରେ ବଡ଼ଦାଣ୍ଡରେ ଭକ୍ତ ଓ ଭଗବାନଙ୍କ ଅପୂର୍ବ ମିଳନ ହୋଇଛି ।
ଦୁଇ ବର୍ଷ ପରେ ରଥଯାତ୍ରା ଦେଖିବାକୁ ଭକ୍ତଙ୍କୁ ଅନୁମତି ମିଳିଥିବାରୁ ଲୋକାରଣ୍ୟ ହୋଇଛି ବଡ଼ଦାଣ୍ଡ । ତେବେ ଶ୍ରୀଗୁଣ୍ଡିଚା ଯାତ୍ରା ଅବସରରେ ପୁରୀ ଯାଇ ରଥଯାତ୍ରା ଦେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଏହାସହ ବଡ଼ଦାଣ୍ଡରେ ନନ୍ଦିଘୋଷ ରଥ ଟାଣିଛନ୍ତି ନବୀନ । ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବାଚସ୍ପତି ବିକ୍ରମ କେଶରୀ ଆରୁଖ, ୫-ଟି ସଚିବ ଭି.କେ ପାଣ୍ଡିୟାନ ପ୍ରମୁଖ ଉପସ୍ଥିତ ଥିଲେ ।
ସୂଚନା ଥାଉକି, ପୁରୀ ଯାଇ ଦକ୍ଷିଣ ଦ୍ୱାର ନିକଟରେ ପରିକ୍ରମା ପ୍ରକଳ୍ପର ନିର୍ମାଣ କାର‌୍ୟ୍ୟ ବୁଲି ଦେଖିଥିଲେ ମୁଖ୍ୟମନ୍ତ୍ରୀ ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031