Legatus

୧୦ ନୁହେଁ, ୧୨ରେ ଶପଥ ନେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ

 Breaking News

୧୦ ନୁହେଁ, ୧୨ରେ ଶପଥ ନେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ

୧୦ ନୁହେଁ, ୧୨ରେ ଶପଥ ନେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ
June 09
13:37 2024

ଭୁବନେଶ୍ବର, ୯/୬: ବିଧାନସଭା ନିର୍ବାଚନରେ ଓଡ଼ିଶାରେ ସଂଖ୍ୟାଗରିଷ୍ଠତା ହାସଲ କରି ବିଜେପି ସରକାର ଗଠନ କରିବାକୁ ଯାଉଛି। କୁହାଯାଉଥିଲା ଜୁନ୍ ୧୦ରେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ତେବେ ଏହି କାର୍ଯ୍ୟକ୍ରମରେ ପରିବର୍ତ୍ତନ ହୋଇଛି।
ଏବେ ୧୨ରେ ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବେ ବୋଲି ବିଜେପି ରାଜ୍ୟ କାର୍ଯ୍ୟାଳୟ ପକ୍ଷରୁ ଏନେଇ ସୂଚନା ପ୍ରଦାନ କରାଯାଇଛି। ରାଜ୍ୟ କାର୍ଯ୍ୟାଳୟରେ ଶପଥ ଗ୍ରହଣ ପ୍ରସ୍ତୁତି ବୈଠକ ପରେ ତାରିଖ ଘୋଷଣା କରାଯାଇଛି।
ପୂର୍ବରୁ ମୁଖ୍ୟମନ୍ତ୍ରୀ ଏବଂ ଅନ୍ୟ ବିଧାୟକଙ୍କ ଶପଥ ଗ୍ରହଣ ପାଇଁ ଜୁନ୍ ୧୦ ତାରିଖ ଧାର‌୍ୟ୍ୟ ହୋଇଥିବାବେଳେ ଏବେ ଏଥିରେ ପରିବର୍ତ୍ତନ ହୋଇଛି।
ରାଜ୍ୟ କାର୍ଯ୍ୟାଳୟରେ ଶପଥ ଗ୍ରହଣ ଉତ୍ସବର ପ୍ରସ୍ତୁତି ବୈଠକ ଚାଲିଥିବାବେଳେ କିଏ ମୁଖ୍ୟମନ୍ତ୍ରୀ ହେବେ ସେନେଇ କିଛି ନିର୍ଦ୍ଦିଷ୍ଟ ସୂଚନା ଏପର‌୍ୟ୍ୟନ୍ତ ମିଳିପାରିନାହିଁ। ମୁଖ୍ୟମନ୍ତ୍ରୀଙ୍କ ନାମ ନେଇ ନାନା କଳ୍ପନାଜଳ୍ପନା ଜାରି ରହିଛି।
ଯଦି ଧର୍ମେନ୍ଦ୍ର କେନ୍ଦ୍ର ମନ୍ତ୍ରିମଣ୍ଡଳରେ ସାମିଲ ହୁଅନ୍ତି ତେବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ କିଏ ହେବ ସେନେଇ ନାନା ଚର୍ଚ୍ଚା ହେଉଛି।
ଅନ୍ୟପକ୍ଷରେ ଏହି ରେସ୍ରେ ସୁରେଶ ପୂଜାରୀ, ମନମୋହନ ସାମଲ, ମୋହନ ମାଝି, କେ.ଭି ସିଂଦେଓ ଆଗରେ ରହିଛନ୍ତି। ତେବେ ସୋମବାର ସକାଳେ ଭାଜପା ବିଧାୟକ ଦଳର ବୈଠକ ଅନୁଷ୍ଠିତ ହେବ। ଏହା ପରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ କିଏ ହେବ ମୋହର ଲାଗିବ।
ସମ୍ଭାବ୍ୟ ମୁଖ୍ୟମନ୍ତ୍ରୀ ଭାବେ ବରିଷ୍ଠ ବିଜେପି ନେତା ପ୍ରତାପ ଷଡଙ୍ଗୀଙ୍କ ସମେତ, ଅପରାଜିତା ଷଡଙ୍ଗୀ, ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବଙ୍କ ନାମକୁ ନେଇ ଚର୍ଚ୍ଚା ହେଉଥିବାବେଳେ ରବିବାର ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଜୁଏଲ ଓରାମ ଓ ଅଶ୍ୱିନୀ ବୈଷ୍ଣବଙ୍କୁ ଫୋନ୍ କଲ୍ ଆସିବା ପରେ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଉପସ୍ଥିତ ହୋଇଥିବା ଜଣାପଡିଛି। ଫଳରେ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ଲାଗି ରହିଥିବା ସସପେନ୍ସ ଉପରୁ ପରଦା ଉଠି ପାରିନାହିଁ।
ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମ ତଦାରଖ ପାଇଁ ଭୁବନେଶ୍ୱରରେ ଦୁଇ ବରିଷ୍ଠ ନେତା ଆସିଛନ୍ତି । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ମଧ୍ୟପ୍ରଦେଶର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ବିଶ୍ୱାସ କୈଳାଶ ସାରଙ୍ଗ ଏବଂ ମଧ୍ୟପ୍ରଦେଶ ବିଜେପିର ପୂର୍ବତନ ସଂଗଠନ ମନ୍ତ୍ରୀ ଆଶୁତୋଷ ତିୱାରୀ ପହଞ୍ଚିଛନ୍ତି ।
ଶପଥ ଗ୍ରହଣ କାର‌୍ୟ୍ୟକ୍ରମର ତଦାରଖ କରିବେ ଏହି ଦୁଇ ବରିଷ୍ଠ ନେତା । ଭୁବନେଶ୍ୱରରେ ରହି କାର‌୍ୟ୍ୟକ୍ରମ ପରିଚାଳନା କରିବାକୁ ଏହି ଦୁଇ ନେତା ଆସିଛନ୍ତି ।
ବିଜେପିର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ ପାଇଁ ପ୍ରସ୍ତୁତି ଜାରି ରହିଛି। ବିପୁଳ ଜନସମାଗମକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡାକଡ଼ି କରାଯାଇଛି । ଜନତା ମୈଦାନରେ ଏସପିଜି ଟିମ ସମେତ ଜଣେ ଡିଆଇଜି ରାଙ୍କର ଅଧିକାରୀ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି । ଖୋର୍ଦ୍ଧା ଜିଲ୍ଲାପାଳ, ଗୁଇନ୍ଦା ନିର୍ଦ୍ଦେଶକ, ପୁଲିସ୍ କମିସନର ଓ ଭୁବନେଶ୍ବର ଡିସିପି ଉପସ୍ଥିତି ରହି ତନ୍ନତନ୍ନ ଯାଞ୍ଚ କରିଛନ୍ତି। କଡାସୁରକ୍ଷା ବଳୟ ଭିତରେ ଭୁବନେଶ୍ବର ଥିବା ପୋଲିସ ଡିଜି କହିଛନ୍ତି ।
ବିମାନବନ୍ଦର, ପାର୍ଟି ଅଫିସ, ଭିଭିଆଇପିଙ୍କ ରହଣି ସ୍ଥଳୀ ଓ ଉତ୍ସବସ୍ଥଳ ପର୍ଯ୍ୟନ୍ତ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଏହାସହ ଟ୍ରାଫିକ୍ ଓ ପାର୍କିଂ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ । ଶପଥ ଗ୍ରହଣ ସମାରୋହରେ ସାମିଲ ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏଥିସହ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ବହୁ ବିଶିଷ୍ଟ ବ୍ୟକ୍ତି ସାମିଲ ହେବେ ।

About Author

indadmin

indadmin

Related Articles

Archives

Calendar

March 2025
M T W T F S S
 12
3456789
10111213141516
17181920212223
24252627282930
31