Indus Valley Times

୧୨ ଘଣ୍ଟାରେ ଅବପାତ; ଆଜି ୧୦ ଜିଲ୍ଲାରେ ପ୍ରବଳ ବର୍ଷିବ

 Breaking News

୧୨ ଘଣ୍ଟାରେ ଅବପାତ; ଆଜି ୧୦ ଜିଲ୍ଲାରେ ପ୍ରବଳ ବର୍ଷିବ

୧୨ ଘଣ୍ଟାରେ ଅବପାତ; ଆଜି ୧୦ ଜିଲ୍ଲାରେ ପ୍ରବଳ ବର୍ଷିବ
July 19
10:40 2024

ଭୁବନେଶ୍ୱର,୧୯/୭: କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ କ୍ଷେତ୍ର ଆଜି ୱେଲ୍ ମାର୍କଡ ଲୋ- ପ୍ରେସର ବା ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।
୧୨ ଘଣ୍ଟାରେ ଏହା ଅବପାତରେ ପରିଣତ ହେବ। ଏହା ପ୍ରଭାବରେ ରାଜ୍ୟରେ ୪ ଦିନ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଉତ୍ତର -ପଶ୍ଚିମ ଦିଗରେ ଗତି କରି ଆସନ୍ତା ଦୁଇଦିନରେ ଓଡ଼ିଶା ଉପକୂଳ ଛୁଇଁବାର ସମ୍ଭାବନା ରହିଛି।
ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି। ଗୋଟିଏ ଲଘୁଚାପ ସକ୍ରିୟ ରହିଥିବାବେଳେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଥିବାରୁ ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ। କେତେକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଥିବାରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି।
ପାଣିପାଗ କେନ୍ଦ୍ର ସୂଚନାନୁସାରେ, ଶୁକ୍ରବାର କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କନ୍ଧମାଳ, ବୌଦ୍ଧ ଓ ପୁରୀରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଏହି ୧୦ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି ହୋଇଛି।
ସେହିଭଳି ନୂଆପଡ଼ା, ବଲାଙ୍ଗୀର, ସୁବର୍ଣ୍ଣପୁର, ନୟାଗଡ଼, ଖୋର୍ଦ୍ଧା, ଭଦ୍ରକ, ଜଗତ୍ସିଂହପୁର, କେନ୍ଦ୍ରାପଡ଼ା ଏବଂ କଟକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ଅପରପକ୍ଷେ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍ଆର୍ସି)ଙ୍କ ପକ୍ଷରୁ ସମସ୍ତ ଜିଲାପାଳଙ୍କୁ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।
ମତ୍ସ୍ୟଜୀବୀଙ୍କୁ ୧୯ରୁ ୨୨ତାରିଖ ପର‌୍ୟ୍ୟନ୍ତ ଉତ୍ତର ବଙ୍ଗୋପସାଗର ତତ୍ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରର ସମୁଦ୍ର ମଧ୍ୟଭାଗକୁ ଯିବା ପାଇଁ ବାରଣ କରାଯାଇଛି। ଯେକୌଣସି ପରିସ୍ଥିତି ଆସିଲେ ତାକୁ ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହିବାକୁ କୁହାଯାଇଛି।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031