Indus Valley Times

୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ, ଗାଡି ଚଳାଚଳ ଠପ୍

 Breaking News

୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ, ଗାଡି ଚଳାଚଳ ଠପ୍

୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ, ଗାଡି ଚଳାଚଳ ଠପ୍
August 22
11:21 2023

କଣ୍ଟାବାଞ୍ଜି,୨୨/୮: ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜିକୁ ଜିଲ୍ଲା ମାନ୍ୟତା ଦାବି ନେଇ ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ ପାଳିତ ହେଉଛି। ଜିଲ୍ଲା ସଙ୍ଘର୍ଷ ସମିତିର ଆହ୍ବାନ କ୍ରମେ ଆଜି ଏହି ବନ୍ଦ ଡାକରା ଦିଆଯାଇଛି। ଆଜିର ଏହି ବନ୍ଦରେ ସମସ୍ତ ବ୍ୟାବସାୟିକ ପ୍ରତିଷ୍ଠାନ, ଦୋକାନ ବଜାର, ସ୍କୁଲ କଲେଜ, ସରକାରୀ କାର‌୍ୟ୍ୟାଳୟ ବନ୍ଦ ରହିଛି। ଯାନବାହନ ଚଳାଚଳ ମଧ୍ୟ ବନ୍ଦ ରହିଛି। ଏଠାରେ ପ୍ରବଳ ବର୍ଷା ହେଉଥିଲେ ମଧ୍ୟ ସ୍ଥାନୀୟ ଇନ୍ଦିରା ଛକ ନିକଟର ଜିଲ୍ଲା ସଙ୍ଘର୍ଷ ସମିତିର କର୍ମକର୍ତ୍ତାମାନେ ରାସ୍ତା ଉପରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।
ଆଜିର ଏହି ବନ୍ଦରେ ସହରର ୪୦ରୁ ଅଧିକ ସଂଗଠନ ସାମିଲ ହୋଇଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଦେବାର କାର୍ଯ୍ୟକ୍ରମ ରହିଛି। ଜିଲ୍ଲା ସଙ୍ଘର୍ଷ ସମିତିର ସଭାପତି ଶେଷଦେବ ପୁଟେଲ କାର୍ଯ୍ୟକାରୀ ସଭାପତି ବ୍ରଜ ଶ୍ୟାମ ଗୁରୁ, ଏନଏସି ଅଧକ୍ଷ ବରିୟାମ ସିଂହ ସାଲୁଜା, ବିଦେଶୀ ବେହେରା, ଅଜୟ ଅଗ୍ରୱାଲ, ପ୍ରଦୀପ ବାଗ, ଅମରଚନ୍ଦ ଶର୍ମା ଓ ବିଭିନ୍ନ ସଂଗଠନର ସଦସ୍ୟମାନେ ଏଥିରେ ସାମିଲ ହୋଇ ବନ୍ଦ ପାଳନ କରୁଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031