Indus Valley Times

୧୪ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ଉପରେ ରାଜ୍ୟ ସରକାରଙ୍କ କାର୍ଯ୍ୟାନୁଷ୍ଠାନ: ୪ ଜଣଙ୍କୁ ଚାକିରିରୁ ବହିଷ୍କାର ସହ ୪ଜଣଙ୍କୁ ବାଧ୍ୟତାମୂଳକ ଅବସର

 Breaking News

November 01
16:52 2022

ଭୁବନେଶ୍ବର,୧/୧୧ : ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି ରହିଛି। ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଏବେ ଆଉ ୧୪ ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଏଥିରେ ୪ ଜଣଙ୍କୁ ଚାକିରୀରୁ ବହିଷ୍କାର କରାଯାଇଥିବା ବେଳେ, ୪ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ଓ ଅନ୍ୟ ୬ ଜଣଙ୍କ ପେନ୍ସନ୍ ସ୍ଥାୟୀଭାବେ ସ୍ଥଗିତ କରାଯାଇଛି।
ଜଣେ ସୁପରିନ୍ଟେଣ୍ଡିଂ ଇଞ୍ଜିନିୟର, ୨ ଜଣ ଆସିଷ୍ଟାଣ୍ଟ ଇଞ୍ଜିନିୟର, ଜଣେ ଡି.ଏସ୍.ପି., ଜଣେ ସିଡିପିଓ, ଜଣେ ଫରେଷ୍ଟ ରେଞ୍ଜ ଅଫିସର, ଜଣେ ତହସିଲଦାର, ଜଣେ ବି.ଡି.ଓ, ଜଣେ ସିନିଅର ମ୍ୟାନେଜର, ଜଣେ ଟ୍ୟାକ୍ସ କଲେକ୍ଟର, ଜଣେ ସପ୍ଲାଇ ଇନସପେକ୍ଟର ଓ ୩ ଜଣ ଜୁନିଅର ଇଞ୍ଜିନିୟର ଅନ୍ତର୍ଭୁକ୍ତ।
ପୂର୍ବରୁ ୧୭୩ ଜଣଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ହୋଇଥିବା ବେଳେ, ଏହି ୧୪ ଜଣଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୮୭ ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ୫ଞ ଓ ମୋ ସରକାର ଉପକ୍ରମ ଜରିଆରେ ମିଳିଥିବା ଫିଡବ୍ୟାକ୍ ଭିତ୍ତିରେ ଏହି କଠୋର ପଦକ୍ଷେପ ନିଆଯାଇଛି।
ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୮୭ ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି କିମ୍ବା ପେନ୍ସନକୁ ସ୍ଥାୟୀ ଭାବେ ସ୍ଥଗିତ ରଖାଯାଇଛି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031