Indus Valley Times

୧୫ ତାରିଖରେ ଛାତ୍ରସଂସଦ ନିର୍ବାଚନ, ୧୬ରେ ଶପଥ ଗ୍ରହଣ: ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ

 Breaking News

୧୫ ତାରିଖରେ ଛାତ୍ରସଂସଦ ନିର୍ବାଚନ, ୧୬ରେ ଶପଥ ଗ୍ରହଣ: ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ

୧୫ ତାରିଖରେ ଛାତ୍ରସଂସଦ ନିର୍ବାଚନ, ୧୬ରେ ଶପଥ ଗ୍ରହଣ: ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ
October 05
16:21 2026

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ଭୁବନେଶ୍ୱର, ୫/୧୦ : ରାଜ୍ୟରେ ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିବା ପରେ ରାଜ୍ୟର ସମସ୍ତ ସରକାରୀ କଲେଜ ଏବଂ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଅକ୍ଟୋବର ୧୫ ତାରିଖରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବା ନେଇ ସୂଚନା ଦେଇଛନ୍ତି ।
ଛାତ୍ର ସଂସଦ ନିର୍ବାଚନ ନେଇ ବିଜ୍ଞପ୍ତି ପ୍ରକାଶ କଲା ଉଚ୍ଚ ଶିକ୍ଷା ବିଭାଗ। ୭ ତାରିଖରେ ଆସିବ ଅଫିସିଆଲ ନୋଟିଫିକେସନ୍ । ୯ ତାରିଖରେ ପ୍ରାର୍ଥୀମାନେ ସେମାନଙ୍କର ନାମାଙ୍କନ ପତ୍ର ଦାଖଲ କରିବେ। ୧୦ ଅପରାହ୍ନ ୧ଟା ଭିତରେ ନାମାଙ୍କନ ପ୍ରତ୍ୟାହାର, ୩ଟାରେ ଚୂଡ଼ାନ୍ତ ତାଲିକା । ୧୪ ତାରିଖରେ ଅନୁଷ୍ଠିତ ହେବ ‘ହ୍ବାଏ ଆଇ ଷ୍ଟାଣ୍ଡ୍ ଫର୍‌’ ମିଟିଂ।
ଏହାପରେ ଅକ୍ଟୋବର ୧୫ ତାରିଖରେ କ୍ୟାମ୍ପସରେ ଭୋଟ୍ ଗ୍ରହଣ ହେବ। ନିର୍ବାଚନ ପରେ ଅକ୍ଟୋବର ୧୬ ତାରିଖରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ଦଶହରା ଛୁଟି ଆରମ୍ଭ ହେବା ପୂର୍ବରୁ ସମଗ୍ର ନିର୍ବାଚନ ପ୍ରକ୍ରିୟା ଶେଷ କରାଯିବ। ଅକ୍ଟୋବର ୧୫ ତାରିଖରେ ସାରା ରାଜ୍ୟରେ ଏକାସାଙ୍ଗରେ ଭୋଟ୍ ଗ୍ରହଣ କରାଯିବ।
ଉଲ୍ଲେଖଯୋଗ୍ୟ ଯେ, ରାଜ୍ୟରେ ଶେଷ ଥର ପାଇଁ ୨୦୧୭ ମସିହାରେ ନିୟମିତ ଭାବେ ଛାତ୍ର ସଂସଦ ନିର୍ବାଚନ ହୋଇଥିଲା। ପରବର୍ତ୍ତୀ ସମୟରେ ବିଭିନ୍ନ କାରଣ ଯୋଗୁଁ ଏହା ବନ୍ଦ ରହିଥିବା ବେଳେ ବର୍ତ୍ତମାନର ସରକାର କ୍ୟାମ୍ପସରେ ନେତୃତ୍ୱ ବିକାଶ ପାଇଁ ଏହି ନିର୍ବାଚନକୁ ପୁଣି ଥରେ ଆରମ୍ଭ କରିବାକୁ ସବୁଜ ସଂକେତ ମିଳିଛି। ଏହାକୁ ନେଇ ସାରା ରାଜ୍ୟର କଲେଜ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଉତ୍ସାହ ପ୍ରକାଶ ପାଇଛି। ତେବେ ଛାତ୍ର ସଂସଦ ନିର୍ବାଚନରେ ଭାଗ ନେବେନି ସେଲ୍ଫ ଫାଇନାନ୍ସିଂ କୋର୍ସ ଛାତ୍ରଛାତ୍ରୀ ।
ନିର୍ବାଚନ ନେଇ ତାରିଖ ଘୋଷଣା ପରେ ପ୍ରତିକ୍ରିୟା ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି ଯେ ଏହାଦ୍ବାରା ଯୁବ ନେତୃତ୍ବକୁ ଆଗକୁ ନେବାକୁ ଲକ୍ଷ୍ୟ ରହିଛି। ନିର୍ବାଚନୀ ଇସ୍ତାହାରରେ କଲେଜ ନିର୍ବାଚନ କରିବାକୁ ପ୍ରତିଶ୍ରୁତି ଦେଇଥିଲୁ। ୨୦୨୬ରେ ନିର୍ବାଚନ କରି ତାହା ପାଳନ କରିବାକୁ ଯାଉଛୁ। ୨୦୧୭ରୁ ନିର୍ବାଚନ ବନ୍ଦ କରାଯାଇଥିଲା, ଆମେ କରିବାକୁ ଯାଉଛୁ। ସବୁ କଲେଜ ଓ ବିଶ୍ବବିଦ୍ୟାଳୟରେ ନିର୍ବାଚନ କରିବାକୁ ନିଷ୍ପତ୍ତି ହୋଇଛି।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031