Indus Valley Times

୧୮ ବର୍ଷରୁ କମ୍ ବୟସ୍କ ୩୨ ଜଣ ଶିଶୁ ଓ କିଶୋର ସମେତ ରାଜ୍ୟରେ ୧୫୫ଜଣ କରୋନା ପଜିଟିଭ ଚିହ୍ନଟ

 Breaking News

୧୮ ବର୍ଷରୁ କମ୍ ବୟସ୍କ ୩୨ ଜଣ ଶିଶୁ ଓ କିଶୋର ସମେତ ରାଜ୍ୟରେ ୧୫୫ଜଣ କରୋନା ପଜିଟିଭ ଚିହ୍ନଟ

December 23
10:49 2021

ଭୁବନେଶ୍ୱର, ୨୩/୧୨: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୯୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୬୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୩୨ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି।
ଗୁରୁବାରଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୪ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧ ଜଣ, ବାଲେଶ୍ବର ଜିଲ୍ଲାରୁ ୧ ଜଣ, କଟକରୁ ୮ ଜଣ, ଦେବଗଡ଼ରୁ ୭ ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୨ ଜଣ, ଯାଜପୁରରୁ ୪ ଜଣ, ଝାରସୁଗୁଡ଼ାରୁ ୪ ଜଣ,କଳାହାଣ୍ଡିରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, ଖୋର୍ଦ୍ଧାରୁ ୮୪ ଜଣ, ପୁରୀରୁ ୧ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୧୦ ଜଣ, ସୁନ୍ଦରଗଡ଼ରୁ ୩ ଜଣ ଓ ଷ୍ଟେଟ ପୁଲରୁ ୨୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୫୩ ହଜାର ୫୦୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୪୩ ହଜାର ୨୧୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧ ହଜାର ୭୮୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031