Legatus

୧୯ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ: ସବୁ ପଂଚାୟତରେ ଖୋଲିବ ବ୍ୟାଙ୍କ, ଏଣିକି ମିଳିବ ସିଧାସଳଖ ସ୍ଥିତିବାନ ସତ୍ୱରେ ସରକାରୀ ଜମି

 Breaking News

August 11
20:14 2023

ଭୁବନେଶ୍ୱର,୧୧/୮: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ହୋଇଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୯ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ଏଥିରେ ନୂଆ ଓଡ଼ିଶା ଯୋଜନାକୁ ମଞ୍ଜୁରୀ ମିଳିଛି। ଯୁବବର୍ଗଙ୍କ ପାଇଁ ନୂତନ ଦକ୍ଷତା ଏବଂ ଛାତ୍ରୀଛାତ୍ରଙ୍କ ପାଇଁ ଆଡ୍ ଅନ ସ୍କିଲ ପାଠ୍ୟକ୍ରମ, ଉଚ୍ଚ ଶିକ୍ଷିତ ଯୁବପିଢ଼ିଙ୍କ ପାଇଁ ଡିଜିଟାଲ-ଇ ପାଠ୍ୟକ୍ରମ ରଖାଯିବ।
ଆସନ୍ତା ୩ ବର୍ଷ ମଧ୍ୟରେ ୧ ଲକ୍ଷ ଯୁବତୀ/ଯୁବକଙ୍କୁ ଦକ୍ଷ କରାଯିବା ନେଇ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ଏଥିପାଇଁ ୩୮୫ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ବ୍ୟୟ ଅଟକଳ କରାଯାଇଛି। ଉନ୍ନତ ମାନର ପ୍ରଶିକ୍ଷଣ, ଶିଳ୍ପ ସଂଯୋଗକୁ ପ୍ରୋତ୍ସାହିତ, ନିଯୁକ୍ତି ଦକ୍ଷତା କ୍ଷେତ୍ରରେ ଏହା ସହାୟକ ହେବ।
ମାଣ୍ଡିଆର ପ୍ରଚାର ପ୍ରସାର ପାଇଁ ସ୍ବତନ୍ତ୍ର ଯୋଜନା ଉପରେ ମଧ୍ୟ ମୋହର ଲାଗିଛି। ଓଡ଼ିଶା ମୋବାଇଲ ଟାଓ୍ବାର ଓ ଟେଲିଗ୍ରାଫ୍ ନୀତିରେ ସଂଶୋଧନକୁ ମଞ୍ଜୁରୀ ମିଳିଥିବା ବେଳେ ବ୍ୟାଙ୍କ ଶାଖା ନ ଥିବା ପଞ୍ଚାୟତକୁ ବ୍ୟାଙ୍କିଙ୍ଗ ସୁବିଧା ଯୋଗାଇ ଦିଆଯିବ।

About Author

indadmin

indadmin

Related Articles

Archives

Calendar

March 2025
M T W T F S S
 12
3456789
10111213141516
17181920212223
24252627282930
31