Indus Valley Times

୨୪ ଘଣ୍ଟାରେ ୧୩ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା, ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି

 Breaking News

୨୪ ଘଣ୍ଟାରେ ୧୩ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା, ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି

୨୪ ଘଣ୍ଟାରେ ୧୩ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା, ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି
August 11
17:00 2022

ଭୁବନେଶ୍ୱର, ୧୧/୮: ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ରହିଥିବା ଅବପାତ ଏବେ ଦୁର୍ବଳ ଅବସ୍ଥାରେ ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି। ଏହାର ପ୍ରଭାବରେ ଓଡିଶାର ପ୍ରାୟ ସମସ୍ତ ଜିଲ୍ଲାଗୁଡ଼ିକରେ ଅଧିକାଂଶ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି।
ଅନ୍ୟପକ୍ଷରେ ଅଗଷ୍ଟ ୧୩ ତାରିଖ, ଶନିବାର ଦିନ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।
ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ଚିହ୍ନିତ ହେବାର ସମ୍ଭାବନା ଅଛି ଏବଂ ଏହା ପରେ ପଶ୍ଚିମ-ଉତ୍ତର-ପଶ୍ଚିମ ଆଡକୁ ଗତି କରିବାର ସମ୍ଭାବନା ଅଛି। ଏହି ଲଘୁଚାପ ପ୍ରଭାବରେ ରାଜ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଆସନ୍ତା ୨୪ ଘଣ୍ଟା ମଧରେ ଅର୍ଥାତ୍ ୧୨ ତାରିଖ ଶୁକ୍ରବାର ମଧ୍ୟାହ୍ନ ସୁଦ୍ଧା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ବରଗଡ଼, ଦେବଗଡ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ କମଳା ଚେତାବନୀ ବା ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ସେହିପରି ଏହି ସମୟ ମଧ୍ୟରେ ଉତ୍ତର ଓଡିଶାର ଜିଲ୍ଲା ଏବଂ ଦକ୍ଷିଣ ଓଡିଶାର ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଭୁବନେଶ୍ୱରର କିଛି ସ୍ଥାନରେ ତୁହାକୁ ତୁହା ପ୍ରବଳ ବର୍ଷା ଓ କଟକର କିଛି ସ୍ଥାନରେ ତୁହାକୁ ତୁହା ପ୍ରବଳ ବର୍ଷା ହୋଇପାରେ।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031