Indus Valley Times

୨୪ ତାରିଖ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା, ସତର୍କ ରହିବାକୁ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ସୂଚନା

 Breaking News

୨୪ ତାରିଖ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା, ସତର୍କ ରହିବାକୁ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ସୂଚନା

୨୪ ତାରିଖ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା, ସତର୍କ ରହିବାକୁ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ସୂଚନା
July 21
11:56 2022

ନୂଆଦିଲ୍ଲୀ, ୨୧/୭: ଆସନ୍ତା ୨୪ ତାରିଖ ଯାଏ ରାଜ୍ୟରେ ନିର୍ଧୁମ ବର୍ଷିବ । ଓଡ଼ିଶା ଉପରେ ହେବାକୁ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ୨୨ରୁ ପ୍ରବଳ ବର୍ଷିବ ।
ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଭାରି ବର୍ଷା ହେବ । ଭୁବନେଶ୍ୱରର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏହି ପୂର୍ବାନୁମାନ ଜାରି କରିଛି । ଏହାକୁ ନେଇ ସ୍ୱତନ୍ତ୍ର ରିଲିଫ କମିଶନର(ଏସ୍ଆରସି) ସତର୍କ ସୂଚନା ଜାରି କରିଛନ୍ତି ।
ଝାଡ଼ଖଣ୍ଡ ଓ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଗୁରୁବାର ରାଜ୍ୟରେ ବର୍ଷା ବଢ଼ିବ । ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହେବ ।
ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବୌଦ୍ଧ, କନ୍ଧମାଳ, ନୟାଗଡ଼ ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଝାଡ଼ଖଣ୍ଡ ଓ ସଂଲଗ୍ନ ଅଞ୍ଚଳରେ ହେବାକୁ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ମୌସୁମୀ ସକ୍ରିୟ ହେବ । ଏଥିପାଇଁ ୨୪ ତାରିଖ ଯାଏ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ କହିଛନ୍ତି ।
୨୨ରେ ଉପକୂଳ ଓଡ଼ିଶା ଓ ପଶ୍ଚିମ ଓଡ଼ିଶାରେ ଭାରି ବର୍ଷା ହୋଇପାରେ । ବରଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର ଓ ପୁରୀ ଜିଲ୍ଲାରେ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିଭଳି ୨୩ରେ ଯାଜପୁର, ଢେଙ୍କାନାଳ, କେନ୍ଦ୍ରାପଡା, ଜଗତସିଂହପୁର, କେନ୍ଦୁଝର, ସୁନ୍ଦରଗଡ଼ ଓ ପୁରୀ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।
୨୪ ପାଇଁ ପଶ୍ଚିମ ଓଡ଼ିଶାର ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ବରଗଡ଼, ସୋନପୁର, ବୌଦ୍ଧ, ନବରଙ୍ଗପୁର ଓ କନ୍ଧମାଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ଅତିପ୍ରବଳ ବର୍ଷା ହୋଇପାରେ । ୨୨, ୨୩ ଓ ୨୪ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଦିଆଯାଇଛି ।
୨୪ ଯାଏ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଭୂସ୍ଖଳନ ଆଶଙ୍କା ରହିଛି । କିଛି ତଳିଆ ଅଞ୍ଚଳରେ ଜଳବନ୍ଦୀ ସ୍ଥିତି ସୃଷ୍ଟି ହୋଇପାରେ । ଏଥିପାଇଁ ସମସ୍ତ ଜିଲ୍ଲାପାଳ ପ୍ରସ୍ତୁତ ରହିବାକୁ ସ୍ୱତନ୍ତ୍ର ରିଲିଫ କମିଶନର ନିର୍ଦ୍ଦେଶ ଦେଇଛନ୍ତି ।
ସେପଟେ ଆଜି କେନ୍ଦ୍ରାପଡ଼ାରେ ୧୦.୪, କୋରାପୁଟରେ ୭, ବାରିପଦାରେ ୫, ଭୁବନେଶ୍ୱରରେ ୫.୮ ମିଲିମିଟର ବର୍ଷା ହୋଇଛି । ସେହିଭଳି କେନ୍ଦ୍ରାପଡ଼ାରେ ୧୩୫ମିମି, ପଟ୍ଟାମୁଣ୍ଡାଇରେ ୯୧, ପୁରୀରେ ୭୬ ଓ ବିରିଡ଼ିରେ ୬୨ମିଲିମିଟର ବର୍ଷା ହୋଇଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031