Indus Valley Times

୨୭ଯାଏ ପ୍ରବଳ ବର୍ଷା, ରାଜ୍ୟର ଏସବୁ ଜିଲାକୁ ଓ୍ବାର୍ନିଂ ଜାରି କଲା

 Breaking News

୨୭ଯାଏ ପ୍ରବଳ ବର୍ଷା, ରାଜ୍ୟର ଏସବୁ ଜିଲାକୁ ଓ୍ବାର୍ନିଂ ଜାରି କଲା

୨୭ଯାଏ ପ୍ରବଳ ବର୍ଷା, ରାଜ୍ୟର ଏସବୁ ଜିଲାକୁ ଓ୍ବାର୍ନିଂ ଜାରି କଲା
August 24
11:07 2025

ଭୁବନେଶ୍ୱର , ୨୪/୮ : ଲଘୁଚାପ ପ୍ରଭାବରେ ଆଜି ଦିନସାରା ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଉତ୍ତର ଓଡ଼ିଶା ଓ ଗାଙ୍ଗେଟିକ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଥିବା ଘୁର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଥିଲା। ଯାହାର ପ୍ରଭାବରେ ରାଜ୍ୟରେ ତୁହାକୁ ତୁହା ବର୍ଷା ହୋଇଥିଲା ।
ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସହ ବିଜୁଳି, ଘଡଘଡି ହେବାର ସମ୍ଭାବନା ରହିଛି । ଉତ୍ତର ଓ ଉପକୂଳ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ।
ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ରାଜ୍ୟର ଅନେକ ସ୍ଥାନରେ ହାଲୁକରୁ ମଧ୍ୟମଧରଣର ବର୍ଷା ସହ ବିଜୁଳି ଘଡ଼ଘଡ଼ି ବର୍ଷାର ସମ୍ଭାବନା ରହିଛି। ଆଜି ବର୍ଷା ପାଇଁ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଆସନ୍ତାକାଲି ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଉକ୍ତ ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷାର ପରିମାଣ ବଢିବ। ଏନେଇ କଟକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର ମୟୂରଭଞ୍ଜ, କେନ୍ଦୁଝରକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ବର୍ଷା ସହିତ ୩୦ରୁ ୪୦ କିମିର ପବନର ବେଗ ରହିବ । ରାଜ୍ୟରେ ପାଗ ମେଘୁଆ ହେବା ସହିତ ସମୁଦ୍ର ଅଶାନ୍ତ ରହିବ। ସେଥିପାଇଁ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି। ଲୋକଙ୍କୁ ସତର୍କତାର ସହିତ ରହିବା ପାଇଁ ସୂଚନା ଦିଆଯାଇଛି ।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031