Indus Valley Times

୩୦୦୦ରୁ ଅଧିକ ‘ମୋ ସେବା କେନ୍ଦ୍ର’ ଏବଂ ଓଡ଼ିଶାୱାନ୍ ପୋର୍ଟାଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

 Breaking News

୩୦୦୦ରୁ ଅଧିକ ‘ମୋ ସେବା କେନ୍ଦ୍ର’ ଏବଂ ଓଡ଼ିଶାୱାନ୍ ପୋର୍ଟାଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

୩୦୦୦ରୁ ଅଧିକ ‘ମୋ ସେବା କେନ୍ଦ୍ର’ ଏବଂ ଓଡ଼ିଶାୱାନ୍ ପୋର୍ଟାଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
March 05
20:14 2021

ଭୁବନେଶ୍ବର: ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜନ୍ମଦିବସ ତଥା ପଞ୍ଚାୟତିରାଜ ଓ ଲୋକ ସେବା ଦିବସ ଅବସରରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩୦୦୦ରୁ ଅଧିକ ମୋ’ ସେବା କେନ୍ଦ୍ର ଏବଂ ଓଡ଼ିଶାୱାନ୍ ପୋର୍ଟାଲ୍ (odishaone.gov.in) ଲୋକାର୍ପଣ କରିଛନ୍ତି ।
ଏହି ଅବସରରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସେବା ଓ ସମ୍ମାନ ହେଉଛି ତାଙ୍କ ସରକାରର ମୂଳମନ୍ତ୍ର। ଗଣତନ୍ତ୍ରରେ ଲୋକ ହେଉଛନ୍ତି ମାଲିକ। ଲୋକଙ୍କୁ ସଶକ୍ତ କରିବା ଏବଂ ସେମାନଙ୍କୁ ସମ୍ମାନର ସହ ସେବା ଯୋଗାଇ ଦେବା ସହିତ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ। ଏହି ଲକ୍ଷ୍ୟ ନେଇ ଆମର “୫-ଟି ଉପକ୍ରମ ଓ ମୋ‘ ସରକାର” କାର‌୍ୟ୍ୟକ୍ରମ ଆରମ୍ଭ ହୋଇଛି। ସାଧାରଣ ଲୋକ ଯେପରି ସୁବିଧାରେ ଓ ସହଜରେ ବିଭିନ୍ନ ସରକାରୀ ସେବା ପାଇପାରିବେ, ତା’ଉପରେ ରାଜ୍ୟ ସରକାର ଗୁରୁତ୍ବ ଦେଉଛନ୍ତି ।
ବୈଷୟିକ ଜ୍ଞାନକୌଶଳର ଉପଯୋଗ ସମ୍ପର୍କରେ ବିଜୁବାବୁଙ୍କ ଚିନ୍ତାଧାର ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଜୁବାବୁ ଚାହୁଁଥିଲେ ବୈଷୟିକ ଜ୍ଞାନକୌଶଳର ସୁବିଧା ଗାଁ ଗାଁରେ ପହଞ୍ଚୁ। ବିଜ୍ଞାନର ସୁଫଳ ସାଧାରଣ ଲୋକର ସେବାରେ ଉପଯୋଗ ହେଉ। ତା’ର ଜୀବନଧାରଣ ମାନରେ ଉନ୍ନତି ଆସୁ। ମୋ ସେବା କେନ୍ଦ୍ର ଏ ଦିଗରେ ଏକ ବଳିଷ୍ଠ ପଦକ୍ଷେପ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି କେନ୍ଦ୍ର ଦ୍ବାରା ସାଧାରଣ ଲୋକ ନିଜ ଘର ପାଖରେ ବିଭିନ୍ନ ପ୍ରକାରର ସରକାରୀ ସୁବିଧା ପାଇପାରିବେ। ଏଥିପାଇଁ ସେମାନଙ୍କୁ ଆଉ ବାରମ୍ବାର ଅଫିସକୁ ଆସିବାର ଆବଶ୍ୟକତା ରହିବ ନାହିଁ ବୋଲି ସେ କହିଛନ୍ତି।
ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଆଗାମୀ ଦିନରେ ରାଜ୍ୟର ସବୁ ପଞ୍ଚାୟତରେ ଗୋଟିଏ ଗୋଟିଏ ମୋ’ ସେବା କେନ୍ଦ୍ର ଖୋଲାଯିବ। ଏହାଦ୍ବାରା ୮ହଜାର ଯୁବକ ଯୁବତୀ ଆତ୍ମନିଯୁକ୍ତିର ସୁଯୋଗ ପାଇବେ। ସେହିପରି ସହରବାସୀ ତଥା କମ୍ପ୍ୟୁଟର ଜାଣିଥିବା ଲୋକମାନଙ୍କ ପାଇଁ ଙୟସଗ୍ଦଷବଙଦ୍ଭର ଚକ୍ଟକ୍ସଗ୍ଧବକ୍ଷ ସେବା ଯୋଗାଇବାରେ ସହାୟକ ହେବ।
ଏହି ଦୁଇ କାର‌୍ୟ୍ୟକ୍ରମ ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରିବା ତଥା ସେବାର ଗୁଣାତ୍ମକ ମାନ ତଦାରଖ କରିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ପରାମର୍ଶ ଦେଇଛନ୍ତି।
ସୂଚନାଯୋଗ୍ୟ, ୨୦୧୯ ଅଗଷ୍ଟ ମାସରେ ୫-ଟି ଉପକ୍ରମର ଶୁଭାରମ୍ଭ ଉଦ୍ଘାଟନ ସମୟରେ ମୁଖ୍ୟମନ୍ତ୍ରୀ ସରକାରୀ ଅଫିସକୁ ବିଭିନ୍ନ ସେବା ପାଇବାପାଇଁ ଲୋକଙ୍କୁ ବାରମ୍ବାର ଯିବାରୁ ମୁକ୍ତି ଦେବାରେ ୫-ଟି ଉପକ୍ରମ ଏକ ଯୁଗାନ୍ତକାରୀ ପଦକ୍ଷେପ ହେବ ବୋଲି କହିଥିଲେ। ଏହି କାର‌୍ୟ୍ୟକ୍ରମରେ ଅଂଶଗ୍ରହଣ କରି କ୍ରୀଡ଼ା ଓ ଯୁବସେବା, ଇଲେକ୍ଟ୍ରୋନିକ୍ସ ଆଣ୍ଡ ଆଇଟି ମନ୍ତ୍ରୀ ତୁଷାରକାନ୍ତି ବେହେରା ଏହାକୁ ମୁଖ୍ୟମନ୍ତ୍ରୀଙ୍କର ଏକ ଐତିହାସିକ ପଦକ୍ଷେପ ଭାବରେ ବର୍ଣ୍ଣନା କରିଥିଲେ ଏବଂ ଏହାଦ୍ବାରା ସମାଜର ସବୁ ବର୍ଗର ଲୋକ ଉପକାର ପାଇବେ ବୋଲି ମତ ଦେଇଥିଲେ ।
ମୋ’ ସେବା କେନ୍ଦ୍ରର ସୁବିଧା ନେଇଥିବା କୋଣାର୍କ, ହିଞ୍ଜିଳି, ଅତାବିରା, ନବରଙ୍ଗପୁର, ଭଦ୍ରକ ଓ ଗଜପତିର ହିତାଧିକାରୀମାନଙ୍କ ସହିତ ମୁଖ୍ୟମନ୍ତ୍ରୀ ମତ ବିନିମୟ କରିଥିଲେ। ସେମାନେ ରାଜ୍ୟ ସରକାରଙ୍କ ଏହି କାର‌୍ୟ୍ୟକ୍ରମର ଉଚ୍ଚ ପ୍ରଶଂସା କରିଥିଲେ।୫-ଟି ସଚିବ ଭି.କେ.ପାଣ୍ଡିଆନ୍ କାର‌୍ୟ୍ୟକ୍ରମ ସଂଚାଳନ କରିଥିଲେ। ଇଲେକ୍ଟ୍ରୋନିକ୍ସ ଆଣ୍ଡ ଆଇଟି ବିଭାଗର ସଚିବ ମନୋଜ ମିଶ୍ର କାର‌୍ୟ୍ୟକ୍ରମ ସଂପର୍କରେ ପ୍ରାରମ୍ଭିକ ସୂଚନା ଦେଇଥିଲେ। ଏହି କାର‌୍ୟ୍ୟକ୍ରମରେ ବିଭିନ୍ନ ସ୍ଥାନରେ ସ୍ଥାନୀୟ ସାଂସଦ ଓ ବିଧାୟକମାନଙ୍କ ସମେତ ବିଭାଗୀୟ ଉପଦେଷ୍ଟା ଅନୁଭବ ପଟ୍ଟନାୟକ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

  • Sambad

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031