Indus Valley Times

୫ ଜିଲ୍ଲାରେ ପ୍ରବଳ ବର୍ଷା, ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

 Breaking News

୫ ଜିଲ୍ଲାରେ ପ୍ରବଳ ବର୍ଷା, ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

୫ ଜିଲ୍ଲାରେ ପ୍ରବଳ ବର୍ଷା, ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
October 17
11:22 2021

ଭୁବନେଶ୍ୱର,୧୭/୧୦ : ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ତଥା ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିଥିବା ଲଘୁଚାପ ବଳୟ ଯୋଗୁଁ ଶନିବାର ଦିନ ଉପକୂଳ ସମେତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଯାଇଛି।
ଲଘୁଚାପ ବଳୟଟି ବର୍ତ୍ତମାନ ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ରହିଛି। ଏହାର ପ୍ରଭାବରେ ଆସନ୍ତା ୧୯ ତାରିଖ ଯାଏ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।
ଆସନ୍ତାକାଲି ଅର୍ଥାତ୍ ୧୭ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଆଦି ୫ ଜିଲ୍ଲାରେ ପ୍ରବଳ ବର୍ଷା ଏବଂ କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଅନୁଗୁଳ ଓ ଢେଙ୍କାନାଳ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ୧୬ଟି ଜିଲ୍ଲାରେ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଲଘୁଚାପ ପ୍ରଭାବରେ ରାଜ୍ୟରେ ଆଉ ୩ ଦିନ ବର୍ଷା ହେବ। ୧୮ ତାରିଖ ଦିନ ମୟୂରଭଞ୍ଜ ଓ ବାଲେଶ୍ବରରେ ପ୍ରବଳ ବର୍ଷା ହୋଇପାରେ। ସେହିଭଳି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ ଓ କନ୍ଧମାଳ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ୧୯ ତାରିଖ ଦିନ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଏହାପରେ ରାଜ୍ୟରେ ପାଗ ଶୁଖିଲା ରହିବ। ଅନ୍ୟପଟେ ରାଜ୍ୟରୁ ମୌସୁମୀ ବିଦାୟ ନେଇଥିବାରୁ ଏହି ତିନି ଦିନ ପରେ ରାଜ୍ୟରେ ଖରାଟିଆ ପାଗ ରହିବ ଓ ଧୀରେଧୀରେ କୁହୁଡ଼ି ସହ ଶୀତ ପଡ଼ିବା ଆରମ୍ଭ ହୋଇଯିବ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031