Indus Valley Times

ସୁସ୍ଥ ହୋଇ ଫେରିବି କହି ଫେରିଲେନି ଓଡ଼ିଶା; ହାଇଦ୍ରାବାଦରେ ଆଖି ବୁଜିଲେ ପିଣ୍ଟୁ ନନ୍ଦ

 Breaking News

ସୁସ୍ଥ ହୋଇ ଫେରିବି କହି ଫେରିଲେନି ଓଡ଼ିଶା; ହାଇଦ୍ରାବାଦରେ ଆଖି ବୁଜିଲେ ପିଣ୍ଟୁ ନନ୍ଦ

ସୁସ୍ଥ ହୋଇ ଫେରିବି କହି ଫେରିଲେନି ଓଡ଼ିଶା; ହାଇଦ୍ରାବାଦରେ ଆଖି ବୁଜିଲେ ପିଣ୍ଟୁ ନନ୍ଦ
March 02
10:10 2023

ଭୁବନେଶ୍ବର,୨/୩: ଲୋକପ୍ରିୟ ଓଲିଉଡ୍ ଅଭିନେତା ପିଣ୍ଟୁ ନନ୍ଦଙ୍କର ଗତକାଲି ବିଳମ୍ବିତ ରାତିରେ ପରଲୋକ ହୋଇଛି। ହାଇଦ୍ରାବାଦରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି । ଗତ ରାତି ୧୧ଟା ୨୫ରେ ପିଣ୍ଟୁ ନନ୍ଦଙ୍କ ଦେହାନ୍ତ ହୋଇଥିବା ଓଡିଶା ସିନେ ଆର୍ଟିଷ୍ଟ ଆସୋସିଏସନର ସାଧାରଣ ସମ୍ପାଦକ ଶ୍ରୀତମ ଦାସ ସୂଚନା ଦେଇଛନ୍ତି ।
ଓଡ଼ିଆ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ସମେତ ବିଶିଷ୍ଟ ବ୍ୟକ୍ତିମାନେ ଗଭୀର ଶୋକ ପ୍ରକାଶ କରିଛନ୍ତି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟର ଜରିଆରେ ସେ ନିଜର ଶୋକବାର୍ତ୍ତାରେ କହିଛନ୍ତି, ଓଡ଼ିଆ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ।
ନିଜ ନିଖୁଣ ଅଭିନୟ ଦ୍ୱାରା ଚଳଚ୍ଚିତ୍ର ଏବଂ ଧାରାବାହିକରେ ସେ ଛାଡ଼ିଯାଇଥିବା ଛାପ ତାଙ୍କୁ ଦର୍ଶକଙ୍କ ହୃଦୟରେ ସର୍ବଦା ସ୍ମରଣୀୟ କରି ରଖିବ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଉଛି।
ଠିକ୍ ସେହିପରି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଓଡ଼ିଆ ଚଳଚ୍ଚିତ୍ର ତଥା ଧାରାବାହିକ ଜଗତର ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦଙ୍କ ଅକାଳ ବିୟୋଗ ବିଷୟରେ ଜାଣି ମାନ୍ୟବର ରାଜ୍ୟପାଳ ଅତ୍ୟନ୍ତ ଦୁଃଖ ପ୍ରକାଶ କରିବା ସହ ନିଜର ନିଖୁଣ ଅଭିନୟ ଦ୍ୱାରା ଘରେ ଘରେ ପରିଚିତ ପିଣ୍ଟୁଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି।
ପିଣ୍ଟୁ ନନ୍ଦଙ୍କ ବିୟୋଗରେ ଛତିଶଗଡ଼ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ ମଧ୍ୟ ଶୋକ ପ୍ରକାଶ କରିଛନ୍ତି। ଓଡ଼ିଆ ଅଭିନେତା ପିଣ୍ଟୁ ନନ୍ଦଙ୍କ ଅକାଳ ବିୟୋଗ ଜନିତ ଖବର ପାଇବା ପରେ ଛତିଶଗଡ ରାଜ୍ୟପାଳ ବିଶ୍ଵଭୂଷଣ ହରିଚନ୍ଦନ ଅତ୍ୟନ୍ତ ମର୍ମାହତ ହେବା ସହିତ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।
ଶ୍ରୀ ନନ୍ଦ ଓଡ଼ିଆ ଆଲବମରୁ ନିଜର ଅଭିନୟ ଜୀବନ ଆରମ୍ଭ କରି ଅନେକ ଓଡ଼ିଆ ଚଳଚ୍ଚିତ୍ରରେ ସୁନ୍ଦର ଅଭିନୟ କରିଥିଲେ। ତାଙ୍କର ସୁନ୍ଦର ଅଭିନୟ ପାଇଁ ସେ ଓଡ଼ିଶା ଚଳଚ୍ଚିତ୍ର ଜଗତରେ ସୁନାମ ଅର୍ଜନ କରିଥିଲେ ।
ତାଙ୍କର ଏହିପରି ଅକାଳ ବିୟୋଗ ଓଡ଼ିଆ ଚଳଚ୍ଚିତ୍ର ପାଇଁ ଏକ ଅପୂରଣୀୟ କ୍ଷତି। ଏହି ଦୁଃଖଦ ମୁହୂର୍ତ୍ତରେ ରାଜ୍ୟପାଳ ଶ୍ରୀ ହରିଚନ୍ଦନ ତାଙ୍କ ସ୍ଵର୍ଗତ ଆତ୍ମାର ସଦଗତି କାମନା କରିବା ସହିତ ଦୁଃଖଦ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031