Indus Valley Times

ଏପ୍ରିଲ ୧୧ରୁ ସକାଳୁଆ ସ୍କୁଲ, ଘୋଷଣା କଲେ ରାଜ୍ୟ ସରକାର

 Breaking News

ଏପ୍ରିଲ ୧୧ରୁ ସକାଳୁଆ ସ୍କୁଲ, ଘୋଷଣା କଲେ ରାଜ୍ୟ ସରକାର

ଏପ୍ରିଲ ୧୧ରୁ ସକାଳୁଆ ସ୍କୁଲ, ଘୋଷଣା କଲେ ରାଜ୍ୟ ସରକାର
April 01
22:43 2023

ଭୁବନେଶ୍ୱର,୧/୪:ଆସନ୍ତା ଏପ୍ରିଲ ୧୧ ତାରିଖରୁ ରାଜ୍ୟର ସମସ୍ତ ସ୍କୁଲ ସକାଳୁଆ ହେବ । ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ହେଉଥିବା ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ ସ୍କୁଲ ସକାଳ ୭ଟାରୁ ସାଢ଼େ ୧୧ଟା ପର୍ଯ୍ୟନ୍ତ ଚାଲିବ ।
ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନେ ନିଜ ନିଜ ଜିଲ୍ଲାର ସ୍କୁଲଗୁଡ଼ିକର ସମୟ ନିର୍ଘଣ୍ଟରେ ପରିବର୍ତ୍ତନ କରିପାରିବେ । ଆଜି ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇବା ସହ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶନାମା ଜାରି ହୋଇଛି ।
ସୂଚନା ଅନୁସାରେ, ୨୦୨୩-୨୪ ଶିକ୍ଷା ବର୍ଷ ଚଳିତ ଏପ୍ରିଲ ମାସ ୩ତାରିଖରୁ ଆରମ୍ଭ ହେବ । ୩ରୁ ୮ତାରିଖ ପର୍ଯ୍ୟନ୍ତ ସ୍କୁଲଗୁଡ଼ିକରେ ନାମଲେଖା ପ୍ରକ୍ରିୟା ଶେଷ ହେବ । ଏପ୍ରିଲ ୧୧ରୁ ସ୍କୁଲଗୁଡ଼ିକରେ ସକାଳୁଆ କ୍ଲାସ ହେବ । ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ସ୍କୁଲଗୁଡ଼ିକରେ ସ୍ୱଚ୍ଛ ପାନୀୟ ଜଳ ଓ ଅନ୍ୟାନ୍ୟ ସୁବିଧା ଇତ୍ୟାଦି ଯୋଗାଇ ଦେବା ପାଇଁ ସ୍କୁଲ କର୍ତ୍ତୃପକ୍ଷ ଯତ୍ନବାନ ହେବେ ।
ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆବଶ୍ୟକ ପଡ଼ିଲେ ଜିଲ୍ଲାପାଳମାନେ ସ୍କୁଲ ସମୟ ନିର୍ଘଣ୍ଟକୁ ପରିବର୍ତ୍ତନ କରିପାରିବେ

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031