Indus Valley Times

ବଳ ଗୋଟାଇ ଆଗକୁ ବଢୁଛି ଡିପ୍ ଡିପ୍ରେସନ୍, ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ପାଇଁ ୟେଲୋ ଆଲର୍ଟ

 Breaking News

ବଳ ଗୋଟାଇ ଆଗକୁ ବଢୁଛି ଡିପ୍ ଡିପ୍ରେସନ୍, ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ପାଇଁ ୟେଲୋ ଆଲର୍ଟ

ବଳ ଗୋଟାଇ ଆଗକୁ ବଢୁଛି ଡିପ୍ ଡିପ୍ରେସନ୍, ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ପାଇଁ ୟେଲୋ ଆଲର୍ଟ
October 23
09:34 2024

ଭୁବନେଶ୍ୱର,୨୩/୧୦: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ବାତ୍ୟା ‘ଦାନା’। ବାତ୍ୟାଟି ଗତ ୬ ଘଣ୍ଟା ହେବ ଘଣ୍ଟାପ୍ରତି ୧୮ କିମି ବେଗରେ ଗତି କରୁଛି। ପାରାଦୀପ ରାଡାର ଇମେଜରେ ବାତ୍ୟାର ଚିତ୍ର ଦୃଶ୍ୟମାନ ହୋଇଛି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଅନୁସାରେ, ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବେ ଗଭୀର ଅବପାତଟି ଆଜି ସକାଳେ ବାତ୍ୟାରେ ପରିଣତ ହୋଇଛି। ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଘଣ୍ଟାପ୍ରତି ୧୮ କିଲୋମିଟର ବେଗରେ ଆଗକୁ ବଢୁଛି। ବାତ୍ୟାଟି ପାରାଦୀପଠୁ ୫୬୦ ଓ ସାଗରଦ୍ୱୀପରୁ ୬୩୦ କିମି ଦୂରରେ କେନ୍ଦ୍ରୀଭୂତ ରହିଛି।
ଆସନ୍ତାକାଲି ଏହା ଭୀଷଣ ବାତ୍ୟାରେ ପରିଣତ ହୋଇ ଓଡ଼ିଶାର ପୁରୀ ଏବଂ ପଶ୍ଚିମବଙ୍ଗର ସାଗରଦ୍ୱୀପ ମଧ୍ୟରେ ଆସନ୍ତାକାଲି ରାତି କିମ୍ବା ୨୫ ପାହାନ୍ତା ଭିତରେ ଉପକୂଳ ଅତିକ୍ରମ କରିବ। ତେବେ ପ୍ରକୃତ ଲ୍ୟାଣ୍ଡଫଲ୍ ସ୍ଥଳ ଏଯାଏଁ ସ୍ପଷ୍ଟ କରିନି ଆଇଏମଡି। ଭୀଷଣ ବାତ୍ୟା ଉପକୂଳ ଅତିକ୍ରମ ବେଳେ ପବନର ବେଗ ୧୦୦ରୁ ୧୨୦ ମଧ୍ୟରେ ରହିବ। ବାତ୍ୟାର ପ୍ରଭାବ ଉତ୍ତର ଓଡ଼ିଶା ଉପରେ ଅଧିକ ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ୭ଟି ଜିଲ୍ଲାରେ ଆସନ୍ତାକାଲି ଏବଂ ପରଦିନ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ରେଡ୍ ଆଲର୍ଟ ଜାରି ହୋଇଛି। ସମୁଦ୍ର ଅଶାନ୍ତ ରହୁଥିବାରୁ ଗୋପାଳପୁର, ପାରାଦୀପ ଏବଂ ଧାମରା ବନ୍ଦରରେ ୧ ନମ୍ବର ବିପଦ ସଙ୍କେତ ବି ଜାରି ହୋଇଛି।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31