Indus Valley Times

ସାଇ ପ୍ରଭୁଜି ଗ୍ଲୋବାଲ ସ୍କୁଲର ତୃତୀୟ ବାର୍ଷିକ ଉତ୍ସବ ପାଳିତ

 Breaking News

ସାଇ ପ୍ରଭୁଜି ଗ୍ଲୋବାଲ ସ୍କୁଲର ତୃତୀୟ ବାର୍ଷିକ ଉତ୍ସବ ପାଳିତ

November 25
20:31 2024

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ
ବାଲିଗୁଡା,୨୫/୧୧ : କନ୍ଧମାଳ ଜିଲ୍ଲା ବାଲିଗୁଡା ନୁଆସାହି ସ୍ଥିତ ସାଇ ପ୍ରଭୁଜି ଗ୍ଲୋବାଲ ସ୍କୁଲର ତୃତୀୟ ବାର୍ଷିକ ଉତ୍ସବ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇ ଯାଇଛି ।
ଏଥିରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ତହସିଲଦାର ଦୀପ୍ତି ପ୍ରକାଶ ବେହେରା ଯୋଗ ଦେଇ ଦୀପ ଧୂପ ପ୍ରଜ୍ଜଳନ କରି ଶ୍ରୀ ଜଗନ୍ନାଥଙ୍କ ଫୋଟୋ ଚିତ୍ରରେ ପୁଷମାଲ୍ୟାର୍ପଣ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ ।
ଏଥିରେ ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ମୁଖ୍ୟବକ୍ତା ଭାବେ ବ୍ଲକ ଶିକ୍ଷା ଅଧିକାରୀ ମହେଶ୍ୱର ମାଝୀ, ସମ୍ମାନିତ ଅତିଥି ଭାବେ ଆଦିବାସୀ ମହାବିଦ୍ୟାଳୟ ର ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସି, ସମ୍ବଲପୁରର ରାଇରଖୋଲ ସ୍ଥିତ ବୃନ୍ଦାବନ ବିହାର ପ୍ରଭୁଜୀ ଇଂରାଜୀ ମିଡିୟମ ସ୍କୁଲର ପ୍ରିନ୍ସିପାଲ୍ ରଞ୍ଜନ କୁମାର ପଟ୍ଟନାୟକ, ସହକାରୀ ଶିକ୍ଷକ ତୀର୍ଥବାସୀ ଘଡାଇ, ସାଇ ପ୍ରଭୁଜି ଗ୍ଲୋବାଲ ସ୍କୁଲ ପରିଚାଳନା କମିଟି ର ସଭାପତି ଶ୍ରୀମତୀ ଗୀତା ପାତ୍ର, ପ୍ରିନ୍ସିପାଲ ରବି ନାରାୟଣ ମିଶ୍ର ପ୍ରମୁଖ ମଞ୍ଚାସିନ ଥିଲେ । ସ୍କୁଲର ପ୍ରିନ୍ସପାଲ ଶ୍ରୀ ମିଶ୍ର ବାର୍ଷିକ ବିବରଣୀ ପଠନ କରିଥିବା ବେଳେ ତିନି ବର୍ଷ ମଧ୍ୟରେ ସ୍କୁଲରେ ଉନ୍ନତ ମାନର ଶିକ୍ଷା ସହ ଆଶାତିତ ଛାତ୍ର ଛାତ୍ରୀ ସଂଖ୍ୟା ବୃଦ୍ଧି ଏବଂ ନର୍ସରୀରେ ପଢ଼ୁଥିବା ଛାତ୍ର ଆଦିଭିକ ପାଢ଼ୀ ଇଣ୍ଡିଆ ଵୁକ୍ ଅଫ ରେକର୍ଡ କରି ବିଦ୍ୟାଳୟ ପାଇଁ ଗୌରବ ଆଣି ପାରିଥିବା ବିଷୟ ହିଁ ସ୍କୁଲର ସଫଳତା ବୋଲି କହି ପାରିବା ବୋଲି ଉପସ୍ଥିତ ଅତିଥି ମାନେ ନିଜ ନିଜ ବକ୍ତବ୍ୟରେ କହିଥିଲେ ।
ସ୍କୁଲ ତରଫରୁ ଆୟୋଜିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତା ର କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ମାନ ପତ୍ର ସହ ପୁରସ୍କୃତ କରାଯାଇଥିଲା ।
ଶେଷରେ ସ୍କୁଲ ଛାତ୍ର ଛାତ୍ରୀ ଙ୍କ ମଧ୍ୟରେ ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା ।
ଏଥିରେ ସମସ୍ତ ଅଭିଭାବକଙ୍କ ସମେତ ସ୍କୁଲର ଇଂ. ଅଭିଜିତ ମିଶ୍ର, ପ୍ରିୟ ଦର୍ଶନୀ ଶତପଥି, ଶ୍ରଦ୍ଧାଞ୍ଜଳି ମଲ୍ଲିକ, ସରିତା ଡାକୁଆ, ସୁନିତା ମଲ୍ଲିକ, ସରିତା ସାହୁ ସୂଦୀପ୍ତା ନାୟକ, ଶିବାନୀ ସାହୁ ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ ।
ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡା ହତ୍ୟା ମାମଲା: ୬ ଜଣଙ୍କୁ ଆଜୀବନ କାରାଦଣ୍ଡାଦେଶ
ବାଲିଗୁଡା, ୨୫/୧୧ : ବହୁ ଚର୍ଚ୍ଚିତ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଅଞ୍ଚଳର ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡା ହତ୍ୟା ମାମଲାରେ ସୋମବାର ରାୟ ଶୁଣାଇଛନ୍ତି ଗଞ୍ଜାମ ଜିଲା ଦୌରାଜଜ୍ ରୂପଶ୍ରୀ ଚୌଧୁରୀ।
ଏହି ମାମଲାରେ ୬ ଜଣ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି ଅଦାଲତ। ଦୁଇ ଜଣ କୋର୍ଟରେ ଅନୁପସ୍ଥିତ ଥିବାରୁ ସେମାନଙ୍କ ବିରୋଧରେ ୱାରେଣ୍ଟ ଜାରି କରିଛନ୍ତି କୋର୍ଟ। ଟାଉନ ଥାନା ଅଧିକାରୀ ସୌଭାଗ୍ୟ କୁମାର ସ୍ୱାଇଁ ଓ ଏକ ସ୍ୱତନ୍ତ୍ର ଟିମ୍ ୪ଜଣ ଅଭିଯୁକ୍ତଙ୍କୁ କଡ଼ା ସୁରକ୍ଷାରେ କୋର୍ଟରେ ହଜାର କରିଥିଲେ।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31