Indus Valley Times

ପ୍ରୟାଗରାଜ ମହାକୁମ୍ଭ ପାଇଁ ନିମନ୍ତ୍ରଣ, ଓଡିଶା ମୁଖ୍ୟମନ୍ତ୍ରୀଙ୍କୁ ଆମନ୍ତ୍ରଣ କଲେ ଉତ୍ତରପ୍ରଦେଶ ସିଏମ୍

 Breaking News

ପ୍ରୟାଗରାଜ ମହାକୁମ୍ଭ ପାଇଁ ନିମନ୍ତ୍ରଣ, ଓଡିଶା ମୁଖ୍ୟମନ୍ତ୍ରୀଙ୍କୁ ଆମନ୍ତ୍ରଣ କଲେ ଉତ୍ତରପ୍ରଦେଶ ସିଏମ୍

December 08
09:48 2024

ଓଡିଶା , ୮/୧୨ : ଆସନ୍ତା ବର୍ଷ ପ୍ରୟାଗରାଜରେ ଅନୁଷ୍ଠିତ ହେବାକୁ ଯାଉଥିବା ମହାକୁମ୍ଭ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ନିମନ୍ତ୍ରଣ ପଠାଇଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ।
ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ସେଠାକାର ଶ୍ରମ ଓ ନିୟୋଜନ ମନ୍ତ୍ରୀ ଅନୀଲ ରାଜଭର ଏବଂ ଖାଦ୍ୟ ଓ ଯୋଗାଣ ରାଷ୍ଟ୍ର ମନ୍ତ୍ରୀ ସତୀଶ ଚନ୍ଦ୍ର ଶର୍ମା ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ତାଙ୍କ ବାସଭବନରେ ଭେଟି ମହାକୁମ୍ଭରେ ଯୋଗ ଦେବା ପାଇଁ ନିମନ୍ତ୍ରଣ କରିଥିଲେ।
ଉତ୍ତର ପ୍ରଦେଶର ଏହି ମନ୍ତ୍ରୀ ଦ୍ୱୟ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀଙ୍କୁ ଗଙ୍ଗା ଜଳରେ ପୂର୍ଣ ଏକ ଶୁଭ କଳସ ଓ ମହାକୁମ୍ଭର ଏକ ଲୋଗୋ ପ୍ରଦାନ କରିଥିଲେ। ଏହି ସମୟରେ ରାଜ୍ୟ ଭାଷା, ସାହିତ୍ୟ ଓ ସଂସ୍କୃତି, ଉଚ୍ଚ ଶିକ୍ଷା ତଥା କ୍ରୀଡା ମନ୍ତ୍ରୀ ସୂର‌୍ୟ୍ୟବଂଶୀ ସୂରଜ ଉପସ୍ଥିତ ଥିଲେ।
୨୦୨୫ ଜାନୁଆରୀ ୧୩ ତାରିଖରୁ ଫେବ୍ରୁଆରୀ ୨୬ ତାରିଖ ପର‌୍ୟ୍ୟନ୍ତ ପ୍ରୟାଗରାଜରେ ଅନୁଷ୍ଠିତ ହେବ ମହାକୁମ୍ଭ।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31