Indus Valley Times

ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା କାର୍ଯ୍ୟକ୍ରମର ଶୁଭାରମ୍ଭ

 Breaking News

ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା କାର୍ଯ୍ୟକ୍ରମର ଶୁଭାରମ୍ଭ

ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା କାର୍ଯ୍ୟକ୍ରମର ଶୁଭାରମ୍ଭ
March 08
21:29 2025

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ , ୮/୩ : ଶୁକ୍ରବାର ଦିନ ଦିବା ଘ.୧୨.୧୫ ମିନଟ ସମୟରେ ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା କାର୍ଯ୍ୟକ୍ରମ ର ଶୁଭାରମ୍ଭ ହୋଇ ଯାଇଛି ।
ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ପତାକା ଦେଖାଇ ଜିଲ୍ଲାରୁ ୫୫ ଜଣ ତୀର୍ଥ ଯାତ୍ରୀଙ୍କୁ ନେଇ ଯାଉଥିବା ଦୁଇଟି ବସର ଶୁଭାରମ୍ଭ କରିଥିଲେ । ପ୍ରାରମ୍ଭରେ ସମସ୍ତ ତୀର୍ଥ ଯାତ୍ରୀଙ୍କ ମଥାରେ ଚନ୍ଦନ ଲଗାଇ ଫୁଲମାଳ ଦେଇ ସମ୍ବର୍ଦ୍ଧିତ କରା ଯାଇଥିଲା ।
ତୀର୍ଥ ଯାତ୍ରା ଶୁଭାରମ୍ଭ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ -ଜିଲ୍ଲାପାଳ ପ୍ରବୀଣ କୁମାର ବାଣୁଆ, କନ୍ଧମାଳ ସାଂସଦଙ୍କ ପ୍ରତିନିଧି ଯୁଗଳ କିଶୋର ସାମଲ, ବୌଦ୍ଧ ବିଧାୟକଙ୍କ ପ୍ରତିନିଧି ଧର୍ମୁଧର ପୋଢ, କଣ୍ଟାମାଳ ବିଧାୟକଙ୍କ ପ୍ରତିନିଧି ଇଂ ରାକେଶ କୁମାର ତ୍ରିପାଠୀ, ଭାରପ୍ରାପ୍ତ ଜ଼ିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼
ମଦନ ମୋହନ ପ୍ରଧାନ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରି ତାକାନ୍ତି ବଳିୟାର ସିଂହ , ଜ଼ିଲ୍ଲା ସଂସ୍କୃତି ଅଧିକାରୀ ଅକ୍ରୁର ଯାନୀ , ଗୋଷ୍ଠୀ ଉନ୍ନୟନ ଅଧିକାରୀ, ବୌଦ୍ଧ ବ୍ଲକ ଯୁଧିଷ୍ଠିର ମେହେରଙ୍କ ସମେତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଅଧିକାରୀ ଏବଂ କର୍ମଚାରୀ ମାନେ ଉପସ୍ଥିତ ଥିଲେ ।
ତୀର୍ଥଯାତ୍ରୀ ଙ୍କ ସହ ଜ଼ିଲ୍ଲା ପର୍ଯ୍ୟଟନ ଅଧିକାରୀ ପ୍ରଭାକର କଁହର, ଜ଼ିଲ୍ଲା କ୍ରୀଡା ଅଧିକାରୀ ସୁଦାମ କୁମାର ସ୍ୱାଇଁ ବ୍ରହ୍ମପୁର ପର୍ଯ୍ୟନ୍ତ ଏବଂ ଦୁଇ ଜଣ ଶ୍ରବଣ କୁମାର ଙ୍କ ମଧ୍ୟ ରୁ ଜଣେ ବରିଷ୍ଠ ରାଜସ୍ବ ସହାୟକ ପ୍ରମୋଦ କୁମାର ସେଠୀ ଏବଂ କନିଷ୍ଠ ରାଜସ୍ବ ସହାୟକ ସୋମେଶ ନାଏକ ସେମାନଂକୁ ଅଯୋଧ୍ୟା,ବାରଣାସି ବୁଲାଇ, ଫେବୃଆରୀ ୧୩ ତାରିଖ ଫେରିବା ପର୍ଯ୍ୟନ୍ତ ରହିବେ ।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930