Indus Valley Times

ବଙ୍ଗୋପସାଗର ମଧ୍ୟଭାଗରେ ଲଘୁଚାପରେ ପରିଣତ ହେଲା ଘୂର୍ଣ୍ଣିବଳୟ

 Breaking News

ବଙ୍ଗୋପସାଗର ମଧ୍ୟଭାଗରେ ଲଘୁଚାପରେ ପରିଣତ ହେଲା ଘୂର୍ଣ୍ଣିବଳୟ

ବଙ୍ଗୋପସାଗର ମଧ୍ୟଭାଗରେ ଲଘୁଚାପରେ ପରିଣତ ହେଲା ଘୂର୍ଣ୍ଣିବଳୟ
April 07
18:41 2025

ଭୁବନେଶ୍ୱର,୭/୪: ବଙ୍ଗୋପସାଗର ମଧ୍ୟଭାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୮ ତାରିଖ ଯାଏ ଉତ୍ତରପଶ୍ଚିମ ଦିଗରେ ଏହା ଗତି କରିବ। ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରୁ ସାମାନ୍ୟ ଉତ୍ତର ଆଡ଼କୁ ଗତିକରିବ। ୪୮ ଘଣ୍ଟା ଯାଏ ସାମାନ୍ୟ ଉତ୍ତର ଆଡ଼କୁ ଗତିକରିବା ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂତ୍ରରୁ ପ୍ରକାଶ।
ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ସୋମବାର ଅପରାହ୍ନରେ ମାଲକାନଗିରି, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ରାୟଗଡ଼ା, ଗଜପତି ଆଦି ଜିଲାରେ ଘଡ଼ଘଡ଼ି ସହ ହାଲୁକା ବର୍ଷା ହୋଇପାରେ। ୮ ତାରିଖ ବେଳକୁ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ପରିମାଣ ବଢ଼ିପାରେ। ତେଣୁ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।
ଅନ୍ୟପଟେ ରାଜ୍ୟରେ ଆସନ୍ତା ୨୪ ଘଣ୍ଟାରେ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ରବିବାର ୭ ସ୍ଥାନର ତାପମାତ୍ରା ୪୦ ଡିଗ୍ରୀ ବା ତା’ଠାରୁ ଅଧିକ ରହିଥିବାବେଳେ ବୌଦ୍ଧରେ ଦିନ ତାପମାତ୍ରା ସର୍ବାଧିକ ୪୨.୦ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିଲା। ସେହିପରି ଅନୁଗୋଳ, ଝାରସୁଗୁଡ଼ା ଓ ଟିଟିଲାଗଡ଼ରେ ୪୧.୦ ଡିଗ୍ରୀ, ହୀରକୁଦରେ ୪୦.୧, ସୋନପୁରରେ ୪୦.୮ ଏବଂ ପାରଳାଖେମୁଣ୍ଡିରେ ୪୦.୦ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ତେବେ ଲଘୁଚାପ ଜନିତ ବର୍ଷା ରାଜ୍ୟବାସୀଙ୍କ ପାଇଁ ଆଶ୍ୱସ୍ତି ଆଣିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31