Indus Valley Times

ଗଜପତି : ଓଡ଼ିଶା ପକ୍ଷ ପାଳନ ଅବସରରେ ଆମ ରୁଚି ଆମ ଖାଦ୍ୟ ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ

 Breaking News

ଗଜପତି : ଓଡ଼ିଶା ପକ୍ଷ ପାଳନ ଅବସରରେ ଆମ ରୁଚି ଆମ ଖାଦ୍ୟ ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଜପତି : ଓଡ଼ିଶା ପକ୍ଷ ପାଳନ ଅବସରରେ ଆମ ରୁଚି ଆମ ଖାଦ୍ୟ ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ
April 13
18:45 2025

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି, ୧୩/୪ : ଓଡ଼ିଶା ପକ୍ଷ ପାଳନର ତ୍ରୟୋଦଶ ଦିବସ ଅବସରରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସଂସ୍କୃତି ବିଭାଗ ଦ୍ଵାରା ଆୟୋଜିତ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ପଞ୍ଚାୟତ ସମ୍ବଳ କେନ୍ଦ୍ର ଠାରେ ଆମ ରୁଚି ଆମ ଖାଦ୍ୟ ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଶ୍ରୀ ଶଙ୍କର କେରକେଟା -ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ , ସମ୍ମାନିତ ଅତିଥି ଭାବରେ ଶ୍ରୀ ଟିମନ ବାରା , ଡିପିଏମ ଓଏଲଏମ ଗଜପତି , ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ- ଜିଲ୍ଲା ସଂସ୍କୃତି ଅଧିକାରୀ ଗଜପତି , ଶ୍ରୀମତୀ ନମିତା ମହାରଣା – ସିଡ଼ିପିଓ ଗୋସାଣୀ ଓ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଗଜପତି ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ।
ଏହି କାର୍ଯ୍ୟକ୍ରମ ଓଡ଼ିଶା ଭାଷା , ସାହିତ୍ୟ ଓ ସଂସ୍କୃତି ବିଭାଗ ଓ ଜିଲ୍ଲା ପ୍ରଶାସନ ଦ୍ଵାରା ଆୟୋଜିତ ଆମ ରୁଚି ଆମ ଖାଦ୍ୟ ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।
ଏହି ପ୍ରତିଯୋଗିତାରେ ଜିଲ୍ଲାର ୨୦ରୁ ଉର୍ଦ୍ଧ ସ୍ଵୟଂ ସହାୟକ ଗୋଷ୍ଠୀର ମହିଳା ମାନେ ନିଜ ନିଜ ଘରେ ଓଡ଼ିଆ ଖାଦ୍ୟ ପ୍ରସ୍ତୁତ କରି ଆଣି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ଏଥିରେ ତିନି ଜଣ କୃତି ପ୍ରତିଯୋଗୀ ଯଥା:- ଶ୍ରୀମତୀ ରମା ସାହା ପ୍ରଥମ , ସୁନୀତା ପ୍ରଧାନ ଦ୍ଵିତୀୟ ଓ ରିନା ମହାରଣା ତୃତୀୟ ସ୍ଥାନ ଅଧିକାର କରିଥିବାରୁ ମୁଖ୍ୟ ଅତିଥି ଙ୍କ ଦ୍ଵାରା ପୁରସ୍କୃତ କରା ଯାଇଥିଲା ।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031