Indus Valley Times

ଶରଧାବାଲିରେ ଦଳାଚକଟା ଭଳି ପରିସ୍ଥିତି: ୩ ଶ୍ରଦ୍ଧାଳୁଙ୍କ ମୃତ୍ୟୁ

 Breaking News

ଶରଧାବାଲିରେ ଦଳାଚକଟା ଭଳି ପରିସ୍ଥିତି: ୩ ଶ୍ରଦ୍ଧାଳୁଙ୍କ ମୃତ୍ୟୁ

ଶରଧାବାଲିରେ ଦଳାଚକଟା ଭଳି ପରିସ୍ଥିତି: ୩ ଶ୍ରଦ୍ଧାଳୁଙ୍କ ମୃତ୍ୟୁ
June 29
10:37 2025

ପୁରୀ, ୨୯/୬ : ମାଉସୀ ମା\’ଙ୍କ ପାଖରେ ପହଂଚି ସାରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ମହାପ୍ରଭୁଙ୍କୁ ଦେଖିବା ପାଇଁ କାଇଁ କେତେ ଦୂରରୁ ଭକ୍ତମାନେ ଆସିଛନ୍ତି। ତେବେ ମହାପ୍ରଭୁଙ୍କ ଧାମରୁ ଏକ ଦୁଃଖଦ ଖବର ଆସିଛି। ଶରଧାବାଲିରେ ଠେଲାପେଲା ହୋଇ ୩ ମୃତ୍ୟୁ ହୋଇଛି। ତେବେ ମୃତକ ମାନେ ହେଲେ ବାସନ୍ତୀ ସାହୁ, ପ୍ରେମକାନ୍ତ ମହାନ୍ତି ଓ ପ୍ରଭାତୀ ଦାସ। ତେବେ ଆଜି ଭୋର ୪ ସମୟରେ ଏପରି ଅଘଟଣ ଘଟିଛି। ଏହି ଅଘଟଣ ପରେ ସବୁଆଡେ ଶୋକର ଛାୟା ଖେଳିଯାଇଛି।
ସୂଚନା ଅନୁସାରେ, ପୁରୀ ଶରଧାବାଲିରେ ଆଜି ଭୋର ୪ ବେଳେ ରଥ ସମ୍ମୁଖରେ ପ୍ରବଳ ଜନସମାଗମ ଯୋଗୁଁ ଦଳାଚକଟା ହୋଇଥିଲା। ଏହାପରେ ଜଣେ ମହିଳା ଏବଂ ଦୁଇଜଣ ପୁରୁଷଙ୍କର ଅବସ୍ଥା ଗୁରୁତର ହୋଇପଡ଼ିଥିଲା।
ତେଣୁ ତୁରନ୍ତ ତାଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତି କରାଯାଇଥିଲା ହେଲେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ। ତେବେ ଯେଉଁ ସ୍ଥାନରେ ଦଳାଚକଟା ହୋଇଛି ସେଠାରେ ପ୍ରଶାସନ ତରଫରୁ ପୂର୍ବରୁ କୌଣସି ସୁରକ୍ଷା କିମ୍ବା ପୋଲିସ ବାହନୀ ସେଠାରେ ଉପସ୍ଥିତ ନଥିଲେ । ଯେଉଁ କାରଣରୁ ହଜାର ହଜାର ଭକ୍ତଙ୍କ ସମାଗମ ହୋଇ ଠେଲାପେଲା-ଦଳାଚକଟା ହୋଇଥିଲା।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031